ପୂର୍ବତନ କର୍ପୋରେଟରଙ୍କ ପୁଅଙ୍କୁ ହତ୍ୟା ଉଦ୍ୟମ

ବ୍ରହ୍ମପୁର ଅଫିସ,୨୨ା୮-ବ୍ରହ୍ମପୁର ବଡବଜାର ଥାନା ସୀତାଢ଼ିମ୍ବିରା ସାହିରେ ମଙ୍ଗଳବାର ରାତିପ୍ରାୟ ୧୧ଟା ବେଳେ ବିଏମ୍‌ସିର ପୂର୍ବତନ କର୍ପୋରେଟର କୃଷ୍ଣ ସେଠୀଙ୍କ ପୁଅ ଚିଙ୍କୁ ଓରଫ ଗୌରବଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁର୍ବୃତ୍ତମାନେ ପଥରରେ ଛେଚି ଚିଙ୍କୁଙ୍କୁ ହତ୍ୟା ଉଦ୍ୟମ କରିଥିଲେ। ତାଙ୍କ ମୁଣ୍ଡରେ ୩୫ଟି ସିଲେଇ ପଡିଥିବା ବାପା କୃଷ୍ଣ ସୂଚନା ଦେଇଛନ୍ତି। ପୋଲିସ ଏନେଇ ଏକ ମାମଲା ରୁଜୁ କରିଛି । ଅନ୍ୟପଟେ ମଦ ପିଇବାକୁ କେନ୍ଦ୍ରକରି ହୋଇଥିବା ଗଣ୍ଡଗୋଳର ସମାଧାନ ପାଇଁ ଡାକି ଚିଙ୍କୁଙ୍କୁ ଏଭଳି ଘାତକ ଆକ୍ରମଣ କରିଥିଲେ। ଏଥିରେ ନାବାଳକମାନେ ସାମିଲ ଥିବା ବ୍ରହ୍ମପୁର ଏସ୍‌ଡିପିଓ ବିଷ୍ଣୁ ପ୍ରସାଦ ପତି ସୂଚନା ଦେଇଛନ୍ତି।
ପ୍ରକାଶ ଯେ, କୃଷ୍ଣଙ୍କର ସାନବଜର ଛକରେ ଏକ ଲାଇସେନ୍ସପ୍ରାପ୍ତ ବିଦେଶୀ ମଦ ଦୋକାନ ରହିଛି। ମଙ୍ଗଳବାର କେତେଜଣ ଯୁବକ ସେଠାକୁ ମଦ ପିଇବାକୁ ଯାଇଥିଲେ। ପରେ କାଉଣ୍ଟରରେ ପଇସା ନ ଦେଇ ଗଣ୍ଡଗୋଳ କରିଥିଲେ। ଖବର ପାଇ କୃଷ୍ଣଙ୍କ ପୁଅ ଦୋକାନକୁ ଆସି ମ୍ୟାନେଜରଙ୍କୁ ଘଟଣା ସମ୍ପର୍କରେ ପଚାରିଥିଲେ। ପରେ ସୀତାଢ଼ିମ୍ବିରା ସାହିର ଜଣେ ଯୁବକ ଘଟଣାର ସମାଧାନ କରିବା ପାଇଁ ଚିଙ୍କୁଙ୍କୁ ସାହିକୁ ଡାକିଥିଲେ। ଚିଙ୍କୁ ଓ ତାଙ୍କର ଜଣେ ସାଙ୍ଗ ପହଞ୍ଚିଥିଲେ। ଯୋଜନାବଦ୍ଧ ଭାବେ ସେଠାରେ ଥିବା ୧୦/୧୫ ଜଣ ଯୁବକ ଚିଙ୍କୁଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ସେ ତଳେ ପଡିଯିବାରୁ ଅପରାଧୀମାନେ ଚିଙ୍କୁଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା ଉଦ୍ୟମ କରିଥିଲେ। ଚିଙ୍କୁ ସାଙ୍ଗ ଏହାର ପ୍ରତିବାଦ କରିବାରୁ ଆପରାଧିମାନେ ତାଙ୍କୁ ମାରଣାସ୍ତ୍ର ଦେଖାଇ ଭୟଭୀତ କରିଥିଲେ। ପୋଲିସ ନଂ.୧୩୭/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri