ପୂର୍ବତନ କର୍ପୋରେଟରଙ୍କ ପୁଅଙ୍କୁ ହତ୍ୟା ଉଦ୍ୟମ; ମାଷ୍ଟରମାଇଣ୍ଡଙ୍କୁ ଧରିପାରୁନି ପୋଲିସ

ବ୍ରହ୍ମପୁର ଅଫିସ,୧୬ା୯-ବ୍ରହ୍ମପୁର ବଡ ବଜାର ଥାନା ସୀତାଢ଼ିମ୍ବିରା ସାହିରେ ଗତ ୨୧ ତାରିଖ ରାତିରେ ବିଏମ୍‌ସିର ପୂର୍ବତନ କର୍ପୋରେଟର କୃଷ୍ଣ ସେଠୀଙ୍କ ପୁଅ ଚିଙ୍କୁ ଓରଫ ଗୌରବଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ହତ୍ୟା ଉଦ୍ୟମ ଘଟଣାର ମାଷ୍ଟରମାଇଣ୍ଡ ପରି ଓରଫ ପରିକ୍ଷିତ ଲିମିୟାଙ୍କୁ ପୋଲିସ ଏବେ ସୁଦ୍ଧା ଗିରଫ କରିପାରିନାହିଁ। ଅଭିଯୁକ୍ତ ପରିଙ୍କୁ ହାଇକୋର୍ଟରୁ ଆଣ୍ଟିସିପେକ୍ଟୋରୀ ବେଲ ମିଳିବା ପର୍ଯ୍ୟନ୍ତ ପୋଲିସ ଅପେକ୍ଷା କରିଛି ନା ଅନ୍ୟ କିଛି କାରଣ ରହିଛି ତାହା ଜଣା ପଡୁନାହିଁ। ପ୍ରକାଶ ଯେ, ଅଗଷ୍ଟ ୨୧ ସନ୍ଧ୍ୟାରେ ଗୌରବ ବାପାଙ୍କ ନାମରେ ସାନବଜାର ଛକରେ ଏକ ବିଦେଶୀ ମଦ ଦୋକାନ ରହିଛି। ମଦ ପିଇବାକୁ କେନ୍ଦ୍ରକରି କେତେଜଣ ଯୁବକ ସେଠାରେ ଝଗଡା କରିଥିଲେ। ପରେ ଏହି ଘଟଣାର ଆପୋସ ସମାଧାନ ପାଇଁ ଗୌରବଙ୍କୁ ସୀତାଢ଼ିମ୍ବିରା ସାହିକୁ ରାତିରେ ଡକାଯାଇଥିଲା। ସେ ଘଟଣସ୍ଥଳରେ ପହଞ୍ଚିବା ମାତ୍ରେ ତାଙ୍କୁ ଯୋଜନାବଦ୍ଧ ଭାବେ ପଥରରେ ଛେଚି ହତ୍ୟା ଉଦ୍ୟମ କରାଯାଇଥିଲା। ପରେ କୃଷ୍ଣ ଏନେଇ ବଡବଜାର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ନଂ. ୧୩୭/୧୯ରେ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏପରିକି ଏଥିରେ ସାମିଲ ଥିବା ୨ ଜଣ ନାବାଳକଙ୍କୁ ଧରି ଜେଜେବି ଜୁଭେନାଇଲ ଜଷ୍ଟିସ୍‌ ବୋର୍ଡକୁ ମଧ୍ୟ ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri