ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପରଲୋକ

ଭଦ୍ରକ ଅଫିସ,୯।୬: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅର୍ଜୁନ ଚରଣ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କୁ ୭୯ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରାତିରେ ତାଙ୍କର ଦେହାନ୍ତ ଘଟିଛି। ଶିକ୍ଷକତାରୁ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିବା ଅର୍ଜୁନ ପ୍ରଥମଥର ପାଇଁ ୧୯୭୧ରେ କଂଗ୍ରେସରୁ ପ୍ରାର୍ଥୀ ହୋଇ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ ସେ ୧୯୮୦ରେ ପୁନର୍ବାର ଏମ୍‌ପି ହୋଇଥିଲେ। ପରେ ସେ ଜନତା ଦଳରେ ଯୋଗଦେଇ ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଧାନସଭାକୁ ୧୯୯୦-୯୧ ଏବଂ ୧୯୯୫ରେ ପୁନଶ୍ଚ ନିର୍ବାଚିତ ହୋଇଥିଲେ। ତେବେ ୧୯୯୧ରେ ସେ ଭଦ୍ରକ ଲୋକସଭା ଆସନରୁ ତୃତୀୟ ଥର ପାଇଁ ନିର୍ବାଚିତ ହୋଇଥିଲେ। ଏହାପରେ ୧୯୯୮, ୧୯୯୯, ୨୦୦୪, ୨୦୦୯, ୨୦୧୪ରେ ଲଗାତର ଲୋକସଭାକୁ ଯାଇଥିଲେ। ୨୦୦୦ରୁ ୨୦୦୪ ମଧ୍ୟରେ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ସେ ଜଳସମ୍ପଦ ମନ୍ତ୍ରୀ ଥିଲେ। ଏଥିସହିତ ବିଜେଡି ସଂସଦୀୟ ଦଳର ନେତା ହୋଇଥିଲେ। ହେଲେ ୨୦୧୯ରେ ବିଜେଡିରୁ ଟିକେଟ ନ ପାଇବାରୁ ସେ ଦଳ ଛାଡି ଭାଜପାରେ ଯୋଗ ଦେଇଥିଲେ। ତାଙ୍କ ପୁତ୍ର ଅଭିମନ୍ୟୁ ଭଦ୍ରକ ଲୋକସଭା ଆସନରୁ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଥିଲେ।
ଅର୍ଜୁନ ୧୯୪୧ ମସିହା ସେପ୍ଟେମ୍ବର ୧୮ ତାରିଖରେ ତତ୍କାଳୀନ ବାଲେଶ୍ୱର ଜିଲା( ଏବେ ଭଦ୍ରକ) ବନ୍ତ ବ୍ଲକ ଅନ୍ତର୍ଗତ ଓଡ଼ଙ୍ଗ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପତ୍ନୀ ସୁଭଦ୍ରା, ୩ ପୁଅ ଓ ୨ଝିଅ ଅଛନ୍ତି। ଅର୍ଜୁନଙ୍କ ପରଲୋକରେ ବିଧାନସଭାରେ ଭାଜପା ଉପନେତା ବିଷ୍ଣୁ ଚରଣ ସେଠୀ, ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ସମେତ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ଗଭୀର ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ଶୋକ
ଅର୍ଜୁନଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ସେ କହିଛନ୍ତି ଯେ, ଅର୍ଜୁନ ଜଣେ ବର୍ଷୀୟାନ ରାଜନେତା ଥିଲେ। ଲୋକଙ୍କ ମଧ୍ୟରେ ତାଙ୍କର ସୁନାମ ଥିଲା। ସେ ତାଙ୍କ ଜୀବନ ଜନସାଧାରଣଙ୍କ ପାଇଁ ଉତ୍ସର୍ଗ କରିଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ଦକ୍ଷ ରାଜନେତାଙ୍କୁ ହରାଇଛି।
ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
ଅର୍ଜୁନଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନକୁ ଦୀର୍ଘବର୍ଷ ଧରି ପ୍ରଭାବିତ କରିଥିବା ଅର୍ଜୁନଙ୍କ ବିୟୋଗରେ ସେ ମର୍ମାହତ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ମହାପ୍ରଭୁ ଶ୍ରୀ ଜଗନ୍ନାଥ ତାଙ୍କ ପରିବାରକୁ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri