ପୂର୍ବତନ ଡିଜିପି ପ୍ରଫୁଲ୍ଲ ଚନ୍ଦ୍ର ରଥଙ୍କ ପରଲୋକ

କଟକ ଅଫିସ,୧୨।୨: ପୂର୍ବତନ ଡିଜିପି ପ୍ରଫୁଲ୍ଲ ଚନ୍ଦ୍ର ରଥଙ୍କ(୮୫)ର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ବାସଭବନରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୧ଟାରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଥିଲେ। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସହରର ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗକୁ ସମବେଦନା ଜଣାଇଥିଲେ।
ବ୍ରିଟିଶ ଶାସନ କାଳରେ ଜିଲାପାଳ ଭାବେ କାର୍ଯ୍ୟ କରୁଥିବା ରମେଶ ଚନ୍ଦ୍ର ରଥଙ୍କ ପୁତ୍ର ହେଉଛନ୍ତି ପ୍ରଫୁଲ୍ଲ। ୧୯୩୪ ମସିହାରେ ଜନ୍ମ ଗ୍ରହଣ କରିଥିବା ପ୍ରଫୁଲ୍ଲ ୨୦ବର୍ଷ ବୟସରେ ଆଇପିଏସ୍‌ ପାଇଥିଲେ। ୩୫ବର୍ଷ ଚାକିରି ସମୟ ମଧ୍ୟରେ ସେ ଦୁଇଥର ଡିଜିପି ଦାୟିତ୍ୱରେ ରହିଛନ୍ତି। ପ୍ରଫୁଲଙ୍କ ବଡ଼ପୁଅ ସୁବ୍ରତ ରଥ ଆଇଏଏସ୍‌ ଚାକିରିରୁ ସ୍ବେଚ୍ଛାକୃତ ଅବସର ଗ୍ରହଣ କରି ବମ୍ବେର ଏକ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଛନ୍ତି। ସେ ବମ୍ବେରୁ ଫେରିବା ପରେ କଟକ ସତୀଚଉରାସ୍ଥିତ ଶ୍ମଶାନରେ ପ୍ରଫୁଲ୍ଲଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ। ସାନ ପୁଅ ସାନୁ ରଥ ରାଜ୍ୟର ଜଣେ ପ୍ରତିଷ୍ଠିତ ଉଦ୍ୟୋଗୀ। ବଡ଼ଝିଅ ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରୁଥିବାବେଳେ ସାନ ଝିଅ ଗାୟତ୍ରୀ ରଥ ବିଦେଶରେ ରୁହନ୍ତି। ପ୍ରଫୁଲ୍ଲ ଚାକିରି ଜୀବନରୁ ଅବସର ନେବା ପରେ ପୋଲିସ ପାଇଁ ଉପାଦେୟ ଅନେକ ଆଇନ ପୁସ୍ତକ ସମ୍ପାଦନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri