ପୂର୍ବତନ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୪ ଗିରଫ

ଧର୍ମଶାଳା/କାଏମା,୧୬।୪(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି। ଗିରଫ ଯୁବକମାନେ ହେଲେ ବିଜେଡି ସମର୍ଥକ ଧର୍ମଶାଳା ଥାନା କୁମାରୀ ଗ୍ରାମର ମନୋଜ ଦାସ ଏବଂ ଭାଜପା ସମର୍ଥକ ଆରୁହା ଗ୍ରାମର ସୁଶାନ୍ତ ସାମଲ,ସୁରେଶ ସାମଲ ଓ ରାଜେନ୍ଦ୍ର ବାରିକ ବୋଲି ଧର୍ମଶାଳା ଥାନା ଅଧିକାରୀ ରଞ୍ଜନ କୁମାର ମାଝୀ କହିଛନ୍ତି। ଧର୍ମଶାଳା ପୋଲିସ ଉଭୟ ପକ୍ଷରୁ ହୋଇଥିବା ୨ଟି ମାମଲା(ନଂ.୨୧୬/୨୫ ଓ ୨୧୮/୨୫)କୁ ଭିତ୍ତିକରି ୪ଜଣଙ୍କୁ ମଙ୍ଗଳବାର ଚଣ୍ଡିଖୋଲ କୋର୍ଟ ଚାଲାଣ କରିିଥିଲା। ସେଠାରେ ମନୋଜଙ୍କୁ ଜାମିନ ମିଳିଛି। ଅନ୍ୟ ୩ଜଣଙ୍କ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ରଗଡ଼ି ଜେଲକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ, ଗତ ୧୩ ତାରିଖ ଅପରାହ୍ନରେ ଧର୍ମଶାଳା ପୂର୍ବତନ ବିଧାୟକ ବଳବନ୍ତରାୟ ଆରୁହା ପଞ୍ଚାୟତରେ ଅନୁଷ୍ଠିତ ହେଉଥିବା ହିଙ୍ଗୁଳା ଯଜ୍ଞରେ ଯୋଗଦେବାକୁ ଯାଉଥିଲେ। ଏହି ସମୟରେ ସେଠାରେ ତାଙ୍କ ଗାଡ଼ି ଉପରକୁ କେତେଜଣ ଯୁବକ ଆକ୍ରମଣ କରିଥିଲେ। ସେଠାରେ ତାଙ୍କ ସମର୍ଥକ ଓ ଆକ୍ରମଣକାରୀଙ୍କ ମଧ୍ୟରେ ମାରପିଟ ହୋଇଥିଲା। ଜେନାପୁର ଥାନା ଅଧିକାରିଣୀ ନିରୁପମା ଜେନା ପହଞ୍ଚତ୍ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହିତ ବିଧାୟକ ବଳବନ୍ତରାୟଙ୍କୁ ଉଦ୍ଧାର କରିଥିଲେ। ଏହି ଆକ୍ରମଣ ଘଟଣାରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ସମର୍ଥକମାନେ ଦାୟୀ ବୋଲି ପୂର୍ବତନ ବିଧାୟକ କହିଥିଲେ। ହେଲେ ସୋମବାର ଭାଜପା ମଣ୍ଡଳ ସଭାପତି ଏକ ଖବରଦାତା ସମ୍ମିଳନୀରେ ଏହି ଅଭିଯୋଗକୁ ଖଣ୍ଡନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri