ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଜାମିନ

କଟକ ଅଫିସ, ୨୭ା୨: କଳାହାଣ୍ଡି ଜିଲା ଭବାନୀପାଟଣାର ପୂର୍ବତନ ବିଧାୟକ ଅନାମ ନାଏକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତ ଜାନୁୟାରୀ ୨୩ ତାରିଖରେ ଗିରଫ ହୋଇଥିଲେ। ବୁଧବାର ତାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି। ବିଚାରପତି ବିଭୁପ୍ରସାଦ ରାଉତରାୟଙ୍କ ଖଣ୍ଡପୀଠ ଅନାମଙ୍କୁ ସତ୍ତର୍ର୍ମୂଳକ ଜାମିନ ପ୍ରଦାନ କରିଛନ୍ତି। ତଦନ୍ତରେ ସହଯୋଗ କରିବାକୁ ତାଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ନିମ୍ନ ଅଦାଲତ ଅନ୍ୟ ସର୍ତ୍ତ ଧାର୍ଯ୍ୟ କରିବେ ବୋଲି ନିର୍ଦ୍ଦେଶରେ କୁହାଯାଇଛି।
ସୂଚନାଯୋଗ୍ୟ, ଅନାମଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଭବାନୀପାଟଣା ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ତଲାସି ୱାରେଣ୍ଟ ବଳରେ କୋରାପୁଟ ଭିଜିଲାନ୍ସ ଡିଭିଜନ ପକ୍ଷରୁ ଜାନୁୟାରୀ ୧୭ ତାରିଖରେ ଅନାମଙ୍କ ଘର ସମେତ ମୋଟ ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଯାଞ୍ଚ ବେଳେ ମୋଟ ୩ କୋଟି ୪୨ ଲକ୍ଷ ୯୯ହଜାର ୪୦୨ ଟଙ୍କାର ସ୍ଥାବର ଏବଂ ଅସ୍ଥାବର ସମ୍ପତ୍ତି ମିଳିଥିଲା। ତାଙ୍କର ନାକ୍‌ଟିଗୁଡ଼ାଠାରେ ଗୋଟିଏ ତିନି ମହଲା କୋଠା, ଦୁଇଟି ଏକ ମହଲା କୋଠା, ମାର୍କେଟ୍‌ କମ୍ପ୍ଲେକ୍ସ ଏବଂ ଗୋଟିଏ ଗ୍ୟାରେଜ୍‌ ସହ ବିଭିନ୍ନ ସ୍ଥାନରେ ଡୁପ୍ଲେକ୍ସ ଲଜ୍‌ ଓ ମାର୍କେଟ କମ୍ପ୍ଲେକ୍ସ, ଟ୍ରାକ୍ଟର, ସ୍କର୍ପିଓ, କାର୍‌, ବାଇକ୍‌ ସମେତ ବହୁ ପରିମାଣର ସୁନା ଅଳଙ୍କାର ଏବଂ ଜୀବନ ବୀମା ପଲିସି ଥିବା ତଦନ୍ତ ବେଳେ ଜଣାପଡ଼ିଥିଲା। ଏ ନେଇ ଗତ ଜାନୁୟାରୀ ୨୩ ତାରିଖରେ କୋରାପୁଟ ଭିଜିଲାନ୍ସ ଥାନାରେ ୩/୨୦୨୦ରେ ଏକ ମାମଲା ରୁଜୁ କରାଯିବା ସହ ଅନାମଙ୍କୁ ଗିରଫ କରାଯାଇଥିଲା। ନିମ୍ନ ଅଦାଲତରେ ଜାମିନ ଆବେଦନ ଖାରଜ ହୋଇଯିବା ପରେ ସେ ଜାନୁୟାରୀ ୨୯ ତାରିଖରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଶିକାରିଙ୍କୁ ବାନ୍ଧିଲା ପୋଲିସ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

ଆପଣଙ୍କ e-KYC ଅପଡେଟ୍ ଅଛି ତ? ଖୁବଶୀଘ୍ର ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି

ଭୁବନେଶ୍ୱର,୨୦ା୨: ଖୁବଶୀଘ୍ର ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଏନେଇ ଓଡ଼ିଶା ସରକାର ଆଗୁଆ ସୂଚନା ଦେଇ ସାରିଛନ୍ତି। ଯଦି ଆପଣ ଜଣେ ଆବେଦନକାରୀ, ତେବେ ଟଙ୍କା…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri