ପୂର୍ବତନ ବିଧାୟକ ଦୈତାରି ବେହେରାଙ୍କ ପରଲୋକ: ଚିକିତ୍ସା ଅବହେଳା ଅଭିଯୋଗ ଆଣିଲେ ପୁଅ

ଗଞ୍ଜାମ,୪ା୧(ଡି.ଏନ.ଏ.)- ଛତ୍ରପୁରର ପୂର୍ବତନ ବିଧାୟକ ଦୈତାରି ବେହେରାଙ୍କର ୮୪ ବର୍ଷରେ ଗୁରୁବାର ରାତିରେ ବ୍ରହ୍ମପୁର ବଡ ମେଡିକାଲରେ ପରଲୋକ ଘଟିଛି। ଚିକିତ୍ସା ଅବହେଳାରୁ ବାପାଙ୍କ ମୃତ୍ୟୁ ଘଟିଥିବା ସାନପୁଅ ଶିଶିର ଅଭିଯୋଗ କରିଛନ୍ତି। ଅବସ୍ଥା ସଙ୍କଟାପନ୍ନ ଥିଲେ ମଧ୍ୟ ଆଇସିୟୁରେ ବେଡ୍‌ ନ ଥିବା କହି ବିଳମ୍ବ କରିବାରୁ ମୃତ୍ୟୁ ଘଟିଥିବା ସେ କହିଛନ୍ତି। ତେବେ ମେଡିକାଲ ପକ୍ଷରୁ ଏହାକୁ ଅସ୍ବୀକାର କରାଯାଇଛି।
ଦୈତାରି ୧୯୭୩ ରୁ ୧୯୭୭ ଓ ୧୯୯୫ରୁ ୨୦୦୦ ପର୍ଯ୍ୟନ୍ତ କଂଗ୍ରେସରୁ ଜିତି ବିଧାନସଭାକୁ ଯାଇଥିଲେ। ୧୯୬୪ ମସିହାରୁ ସେ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିବାବେଳେ ପ୍ରଥମେ ସରପଞ୍ଚ ଏବଂ ୨ଥର ଗଞ୍ଜାମ ପଞ୍ଚାୟତ ସମିତି ଅଧ୍ୟକ୍ଷ ହୋଇଥିଲେ। ତାଙ୍କ ସମୟରେ ଛତ୍ରପୁର ନିର୍ବାଚନମଣ୍ଡଳୀର ବହୁ ଉନ୍ନୟନମୂଳକ କାର୍ଯ୍ୟ ହୋଇଛି। ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟାରେ ସେ ଅସୁସ୍ଥ ହୋଇପଡିବାରୁ ପରିବାର ଲୋକେ ତୁରନ୍ତ ବ୍ରହ୍ମପୁର ବଡ଼ ମେଡିକାଲକୁ ନେଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ରାତି ପ୍ରାୟ ୧୧ଟା ୧୫ରେ ତାଙ୍କର ପରଲୋକ ହୋଇଥିଲା।
ଶୁକ୍ରବାର ମୃତଦେହ ନିଜ ଗ୍ରାମ ଗଞ୍ଜାମ ବ୍ଲକ ସୁବଳୟାରେ ପହଞ୍ଚତ୍ବା ପରେ ବହୁ ଲୋକ ଶେଷ ଦର୍ଶନ କରିଥିଲେ। ମୃତଦେହକୁ ଶୋଭାଯାତ୍ରାରେ ସହର ପରିକ୍ରମା କରାଯାଇ ଗ୍ରାମ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା। ବଡପୁଅ ପରେଶ ମୁଖାଗ୍ନି ଦେଇଥିଲେ। ବିଡିଓ ଜ୍ୟୋତି ଶଙ୍କର ରାଏ, ପୂର୍ବତନ ବିଧାୟକ ଅଶୋକ ଚୌଧୁରୀ, ଏନ୍‌. ନାରାୟଣ ରେଡ୍ଡୀ, ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକ, ବିଜେଡି ନେତା ସୁଧୀର ପାଢ଼ୀ, ଭାଜପା ନଗର ସଭାପତି ସୁଦାମ ଜେନା, ପୂର୍ବତନ କାଉନସିଲର ଦଣ୍ଡପାଣି ପରିଡ଼ା, ଗ୍ରାସୀମ ଡିଜିଏମ ରବୀନ୍ଦ୍ର କୁମାର ମାହାନ୍ତି, ସିପିଏମର ଦିଲୀପ ଛଟରାୟ ପ୍ରମୁଖ ଶେଷ ଦର୍ଶନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ଓ ପୂର୍ବତନ ଗଞ୍ଜାମ ବ୍ଲକ ଅଧ୍ୟକ୍ଷ ସୁରଥ ପ୍ରଧାନ ଶୋକ ପ୍ରକାଶ କରିଛନ୍ତି।
ଚିକିତ୍ସା ଅବହେଳା ଅଭିଯୋଗ ନେଇ ଏମ୍‌କେସିଜି ମେଡିକାଲ ଅଧ୍ୟକ୍ଷ ପ୍ରଫେସର ସନ୍ତୋଷ କୁମାର ମିଶ୍ରଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ପୂର୍ବତନ ବିଧାୟକଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲକୁ ଅଣାଯାଇଥିଲା। ମେଡିସିନ ବିଭାଗ ଆଇସିୟୁ ଖାଲି ନ ଥିବାରୁ ଗାଇନିକ୍‌ ଓ୍ବାର୍ଡ ଆଇସିୟୁକୁ ନେବାବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ଚିକିତ୍ସାରେ କୌଣସି ଅବହେଳା କରାଯାଇ ନ ଥିବା ଅଧ୍ୟକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri