ପୂର୍ବତନ ବିଧାୟକ ରମେଶ ଗଞ୍ଜାମ ଜିଲା ବିଜେଡି ସଭାପତି

ବ୍ରହ୍ମପୁର ଅଫିସ,୨୨ା୨-ବ୍ରହ୍ମପୁର ପୂର୍ବତନ ବିଧାୟକ ଡା.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଗଞ୍ଜାମ ଜିଲା ବିଜେଡିର ନୂଆ ସଭାପତି ହୋଇଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ସଙ୍ଗଠନ କାର୍ଯ୍ୟ ପାଇଁ ଚ୍ୟାଉ ପଟ୍ଟନାୟକଙ୍କୁ ନିୟୋଜିତ କରିଛନ୍ତି। ବିଜୁ ଜନତା ଦଳ ଗଠନ ହେବା ପରେ ପ୍ରଥମ ଜିଲା ସଭାପତି ହୋଇଥିଲେ ପୂର୍ବତନ ବିଧାୟକ ସ୍ବର୍ଗତ ମାଧବାନନ୍ଦ ବେହେରା। ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ରେବତୀ ମୋହନ ନାୟକଙ୍କୁ ଦ୍ୱିତୀୟ ସଭାପତି କରାଯାଇଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ବିଡିଏର ପୂର୍ବତନ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ମହାରଣା ଲଗାତର ୩ ଥର ସଭାପତି ହୋଇ ରେକର୍ଡ ସୃଷ୍ଟି କରିଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ଆସିକାର ପୂର୍ବତନ ବିଧାୟକ ଦେବରାଜ ମହାନ୍ତି, ଗୋପାଳପୁର ବିଧାୟକ ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ ବିଜେଡିର ଗଞ୍ଜାମ ଜିଲା ସଭାପତି ହୋଇଥିଲେ। ଏବେ ଚ୍ୟାଉ ପଟ୍ଟନାୟକଙ୍କୁ ବିଜେଡି ଜିଲା ସଭାପତ ଭାବେ ଘୋଷଣା କରାଯାଇଛି। ଏ ନେଇ ଦଳୀୟ ବିଧାୟିକା, ବିଧାୟକ, ଏମ୍‌ପି, ନେତା ଓ କର୍ମୀମାନେ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।
ସୂଚନାଯୋଗ୍ୟ, ଚ୍ୟାଉ ପଟ୍ଟନାୟକ ୧୯୯୫ ନିର୍ବାଚନରେ ବ୍ରହ୍ମପୁର ବିଧାନସଭା ଆସନରୁ ଜନତା ଦଳ ପ୍ରାର୍ଥୀ ଭାବେ ପ୍ରଥମଥର ନିର୍ବାଚିତ ହୋଇଥିଲେ। ୨୦୦୦, ୨୦୦୪, ୨୦୦୯, ୨୦୧୪ ନିର୍ବାଚନରେ ବିଜେଡିରୁ ପ୍ରତିଦ୍ୱନ୍ଦ୍ୱିତା କରି ଲଗାତର ଭାବେ ବିଧାୟକ ହୋଇଥିଲେ। ବ୍ରହ୍ମପୁର ନିର୍ବାଚନ ମଣ୍ଡଳୀରୁ ୫ଥର ବିଧାୟକ ହୋଇ ଚ୍ୟାଉ ପଟ୍ଟନାୟକ ରେକର୍ଡ ସୃଷ୍ଟି କରିଛନ୍ତି। ଜନ ସମର୍ଥନ ଥିବା ସତ୍ତ୍ବେ ୨୦୧୯ ନିର୍ବାଚନରେ ତାଙ୍କୁ ଦଳୀୟ ଟିକେଟରୁ ବଞ୍ଚିତ କରାଯାଇଥିଲା। ରାଜ୍ୟସଭା ପ୍ରାର୍ଥୀ କରାଯିବାକୁ ଲୋଭ ଦେଖାଯାଇଥିଲା। ଗତ ନିର୍ବାଚନରେ ତାଙ୍କୁ ସଂଗଠନ ଓ ଭୋଟ ପ୍ରଚାର କାର୍ଯ୍ୟରେ ନିୟୋଜିତ କରାଯାଇଥିଲା।
ଜିଲା ବିଜେଡି ସଭାପତି ଘୋଷଣା ପରେ ଚ୍ୟାଉ ପଟ୍ଟନାୟକ କହିଛନ୍ତି, ମୁଖ୍ୟମନ୍ତ୍ରୀ ତାଙ୍କୁ ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛନ୍ତି ତାହା ସେ ତୁଲାଇଛନ୍ତି। ଦଳର ସମସ୍ତଙ୍କୁ ନେଇ ସଂଗଠନକୁ ଅଧିକ ବିସ୍ତାର କରିବାକୁ ଲକ୍ଷ୍ୟ ରଖିଛନ୍ତି। ମୁଖ୍ୟମନ୍ତ୍ରୀ ପୂର୍ବ ପ୍ରତିଶ୍ରୁତି ପ୍ରକାରେ ଆଗାମୀ ରାଜ୍ୟସଭା ନିର୍ବାଚନରେ ତାଙ୍କୁ ପ୍ରାର୍ଥୀ କରିବେ ବୋଲି ସେ ଆଶା ରଖିଥିବା ଚ୍ୟାଉ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri