Posted inଖେଳ

ପୂର୍ବତନ ଭାରତୀୟ ଫୁଟ୍‌ବଲରଙ୍କ ପରଲୋକ

କୋଲକାତା,୨୨ା୨ (ପି.ଟି.): ପୂର୍ବତନ ଭାରତୀୟ ଫୁଟ୍‌ବଲର ଅଶୋକ ଚାଟାର୍ଜୀଙ୍କ ପରାଲୋକ ହୋଇଯାଇଛି। ତାଙ୍କୁ ୭୮ବର୍ଷ ହୋଇଥିଲା। ୧୯୬୫ ଏବଂ ୧୯୬୬ରେ ମର୍ଡେକା କପ୍‌ ଜିତିଥିବା ଭାରତୀୟ ଫୁଟ୍‌ବଲ ଦଳର ସେ ଅନ୍ୟତମ ସଦସ୍ୟ ଥିଲେ। ଚାଟାର୍ଜୀ ଜାତୀୟ ସିନିୟର ଦଳ ପକ୍ଷରୁ ୩୦ ଥର ପ୍ରତିନିଧିତ୍ୱ କରିଛନ୍ତି। ୧୯୬୫ ମର୍ଡେକା କପ୍‌ରେ ଜାପାନ ବିପକ୍ଷ ମ୍ୟାୁଚରେ ସେ ଅନ୍ତର୍ଜାତୀୟ ପଦାର୍ପଣ କରିଥିଲେ। ମ୍ୟାଚର ଦ୍ୱିତୀୟାର୍ଦ୍ଧରେ ପି.କେ. ବାନାର୍ଜୀଙ୍କ ବଦଳ ଖେଳାଳି ହିସାବରେ ସେ ଖେଳିଥିଲେ। ସେ ଭାରତ ତରଫରୁ ମୋଟ ୧୦ଟି ଗୋଲ ସ୍କୋର କରିଥିଲେ। ୧୯୬୬ ମର୍ଦେକା କପ୍‌ ଗ୍ରୁପ୍‌ ଲିଗ୍‌ ଷ୍ଟେଜ୍‌ରେ ଜାପାନ ବିପକ୍ଷରେ ୩-୦ ବିଜୟ ମ୍ୟାଚରେ ବ୍ୟକ୍ତିଗତ ୨ଟି ଗୋଲ ସ୍କୋର କରିଥିଲେ। ଚାଟାର୍ଜୀ ୧୯୬୬ରେ ବ୍ୟାଙ୍କକ୍‌ଠାରେ ଅନୁଷ୍ଠିତ ଏସିଆନ ଗେମ୍ସ ଏବଂ ୧୯୬୭ରେ ଏସିଆନ କପ୍‌ କ୍ୱାଲିଫାୟର୍ସରେ ଭାରତରୁ ପ୍ରତିନିଧିତ୍ୱ କରିଥିଲେ। ଚାଟାର୍ଜୀଙ୍କ ବିୟୋଗରେ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ସଭାପତି ପ୍ରଫୁଲ୍ଲ ପଟେଲ ଗଭୀର ଶୋକ ପ୍ରକାଶ କରିଛନ୍ତି। ଭାରତୀୟ ଫୁଟ୍‌ବଲକୁ ଚାଟାର୍ଜୀଙ୍କ ଅବଦାନ ଭୁଲି ହେବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri