Posted inଜାତୀୟ

ପୂର୍ବତନ ମନ୍ତ୍ରୀଙ୍କୁ ୭ ବର୍ଷ ଜେଲ,୧୦୦ କୋଟି ଜରିମାନା

ମୁମ୍ବାଇ,୧ା୯(ପି.ଟି.): ମହାରାଷ୍ଟ୍ରର ବହୁକୋଟି ଟଙ୍କାର ଘରକୁଲ୍‌ ହାଉସିଂ ଦୁର୍ନୀତି ମାମଲାର ବିଚାର କରି ଧୁଲେ ଜିଲାର ସେସନ୍ସ କୋର୍ଟ ପୂର୍ବତନ ମନ୍ତ୍ରୀ ସୁରେଶ ଜୈନ ଏବଂ ଏନ୍‌ସିପି ନେତା ଗୁଲାବ୍ରାଓ ଦେଓକରଙ୍କ ସମେତ ୪୮ ଜଣଙ୍କୁ ଦୋଷୀସାବ୍ୟସ୍ତ କରିବା ସହ ବିଭିନ୍ନ ଦଣ୍ଡାଦେଶ ଦେଇଛନ୍ତି। ସ୍ବତନ୍ତ୍ର ବିଚାରପତି ସୃଷ୍ଟି ନୀଳକଣ୍ଠ ପୂର୍ବତନ ମନ୍ତ୍ରୀ ଜୈନଙ୍କୁ ୭ ବର୍ଷ ଜେଲ୍‌ଦଣ୍ଡାଦେଶ ସମେତ ୧୦୦ କୋଟି ଟଙ୍କା ଅର୍ଥଦଣ୍ଡରେ ଦଣ୍ଡିତ କରାଯାଇଛି। ସେହିପରି ଦେଓକରଙ୍କୁ ୫ ବର୍ଷ ଓ ଅନ୍ୟମାନଙ୍କୁ ୩ରୁ ୭ ବର୍ଷ ମଧ୍ୟରେ ଜେଲ୍‌ଦଣ୍ଡାଦେଶ ହୋଇଛି। ଅନ୍ୟମାନଙ୍କ ମଧ୍ୟରେ ମ୍ୟୁନିସିପାଲିଟିର କେତେଜଣ କାଉନସିଲର ଓ ଅଫିସର ଅଛନ୍ତି। କୋର୍ଟ ରାୟ ପ୍ରକାଶ ପାଇବା ପରେ ସେଠାରେ ଉପସ୍ଥିତ ଥିବା ଅପରାଧୀମାନଙ୍କୁ ଜେଲ୍‌ ପଠାଇଦିଆଯାଇଛି। ୯୦ ଦଶକରେ ଶିବସେନା ନେତା ଜୈନ ରାଜ୍ୟ ଗୃହମନ୍ତ୍ରୀ ଥିବାବେଳେ ୨୯ କୋଟି ଟଙ୍କାର ହାଉସିଂ ଦୁର୍ନୀତି ହୋଇଥିଲା। ଏହି ମାମଲାରେ ତାଙ୍କୁ ୨୦୧୨ ମାର୍ଚ୍ଚରେ ଗିରଫ କରାଯାଇଥିଲା। ବର୍ଷେ ପରେ ସେ ସୁପ୍ରିମକୋର୍ଟରୁ ଜାମିନ ପାଇଥିଲେ। ସେହିପରି ଏନ୍‌ସିପି ନେତା ଦେଓକରଙ୍କୁ ୨୦୧୨ ମେ’ରେ ଗିରଫ କରାଯାଇଥିଲା ଓ ସେ ୩ ବର୍ଷ ଜେଲ୍‌ କାଟିସାରିଛନ୍ତି। ଦୁର୍ନୀତି ସମୟରେ ସେ ଜଲଗାଓଁ ମ୍ୟୁନିସିପାଲିଟିର କାଉନସିଲର ଥିଲେ। ଟେଣ୍ଡର ପ୍ରକ୍ରିୟାରେ ଅନିୟମିତତା କରି ଜଣେ ବିଲ୍ଡରଙ୍କୁ ଉକ୍ତ ହାଉସିଂ ପ୍ରୋଜେକ୍ଟ କାମ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri