ପୂର୍ବତନ ମନ୍ତ୍ରୀ ସହରାଇ ଓରାମଙ୍କ ପରଲୋକ

କେନ୍ଦୁଝର/ବଡ଼ବିଲ,୧୭।୪(ସ୍ବ.ପ୍ର.)-ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କୁହାଯାଉଥିବା ପୂର୍ବତନ ମନ୍ତ୍ରୀ ତଥା ଚମ୍ପୁଆ ନିର୍ବାଚନମଣ୍ଡଳୀର ପ୍ରାକ୍ତନ ବିଧାୟକ ସହରାଇ ଓରାମଙ୍କ ଶୁକ୍ରବାର ଅପରାହ୍ନରେ ତାଙ୍କ ବଡ଼ବିଲ ଭଦ୍ରାସାହି ସ୍ଥିତ ବାସଭବନରେ ପରଲୋକ ଘଟିଛି। ତାଙ୍କୁ ୭୮ ବର୍ଷ ହୋଇଥିଲା। ସେ କିଛି ମାସ ହେଲା ଅସୁସ୍ଥ ଥିଲେ। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ନିର୍ଭୀକ ଆଦିବାସୀ ନେତା ଭାବରେ ପରିଚିତ ସହରାଇ ବିଜେଡି ଗଠନରେ ପ୍ରମୁଖ ଭୂମିକା ନେଇଥିଲେ।
ସହରାଇଙ୍କ ନିଜ ଘର ଚମ୍ପୁଆ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଂସେଇକଳା ପଞ୍ଚାୟତ ନାରାୟଣପୁର ସ୍ଥିତ କିତିରିମିଳା ଗ୍ରାମରେ। ସେ ଚମ୍ପୁଆ ନିର୍ବାଚନ ମଣ୍ଡଳୀରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବେଳେ ୩ ଥର ମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି। ନୀଳମଣି ରାଉତରାୟଙ୍କ ମୁଖ୍ୟମନ୍ତ୍ରିତ୍ୱ କାଳରେ ମତ୍ସ୍ୟ ବିଭାଗ ମନ୍ତ୍ରୀ, ନନ୍ଦିନୀ ଶତପଥୀଙ୍କ ମୁଖ୍ୟମନ୍ତ୍ରିତ୍ୱରେ ଉପ ଖଣି ବିଭାଗ ମନ୍ତ୍ରୀ ଓ ବିଜୁ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରିତ୍ୱରେ ଗ୍ରାମ୍ୟ ଉନ୍ନୟନ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ। ସହରାଇଙ୍କ ଶେଷ ଦର୍ଶନ ପାଇଁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଜିଲା ବିଜେଡି ସଭାପତି ମାଧବ ସର୍ଦ୍ଦାରଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri