Posted inଜାତୀୟ

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିପକ୍ଷରେ ମୈଦାନକୁ ଓହ୍ଲାଇଲେ ‘ଚାଚା ମ୍ୟାଗି ୱାଲା’

ପଟିଆଲା,୩।୨: ପଟିଆଲା ବିଧାନସଭା ଆସନରୁ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ଚ୍ୟାଲେଞ୍ଜ କରିବାକୁ ‘ଚାଚା ମ୍ୟାଗି ୱାଲା’ ମୈଦାନରେ ଅଛନ୍ତି। ‘ଚାଚା ମ୍ୟାଗି ୱାଲା’ ନାମରେ ଜଣାଶୁଣା ଜସବୀର ସିଂ ଦ୍ୱିତୀୟ ଥର ପାଇଁ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ବିପକ୍ଷରେ ଲଢିବାକୁ ନିଷ୍ପତ୍ତି ନେଇଛନ୍ତି। ଗତ ଦୁଇଟି ନିର୍ବାଚନରେ ୫୯ ବର୍ଷିୟ ଜସବୀରଙ୍କୁ ଏକ ପରାଜୟର ସାମ୍ନା କରିବାକୁ ପଡିଥିଲା।
ଜସବୀର ସିଂ ପଟିଆଲା ସହରରେ ଏକ ମ୍ୟାଗି ଦୋକାନ ଚଳା। ଏହି କାରଣରୁ ଜସବୀର ସିଂ ‘ଚାଚା ମ୍ୟାଗି ୱାଲା’ ଭାବରେ ଜଣାଶୁଣା। ସେ ମଧ୍ୟ ପଟିଆଲାରୁ ୨୦୧୭ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି ୨୭୩ ଭୋଟ ପାଇଥିଲେ। ୨୦୧୯ ଲୋକ ସଭା ନିର୍ବାଚନରେ ଜସବୀର ପଟିଆଲାରୁ ପ୍ରୀତି କୌରଙ୍କ ବିପକ୍ଷରେ ପ୍ରତିଦ୍ୱନ୍ଦ୍ୱିତା କରି ୧,୧୨୬ ଭୋଟ ପାଇବାରେ ସଫଳ ହୋଇଥିଲେ। ଜସବୀର କହିଛନ୍ତି, ମୋର ସଂଗ୍ରାମ ଦୁର୍ନୀତିଗ୍ରସ୍ତ ବ୍ୟବସ୍ଥା ବିରୋଧରେ। ମାଫିଆକୁ ଶେଷ କରିବା ପାଇଁ ଲଢେଇ କରୁଛି। ରାଜନୈତିକ ଦଳ ମାଫିଆଙ୍କୁ ଟିକେଟ ଦିଅନ୍ତି। ଜିତିବା ପରେ କେବଳ ଟଙ୍କା ରୋଜଗାର କରନ୍ତି। ଲୋକଙ୍କ ଠାରୁ ତାଙ୍କୁ ଭଲ ସମର୍ଥନ ମିଳୁଛି ବୋଲି ଜସବୀର ସିଂ ଦାବି କରିଛନ୍ତି।
ସୂଚନାଯୋଗ୍ୟ, କ୍ୟାପଟେନ ଅମରିନ୍ଦର ସିଂ କଂଗ୍ରେସଠାରୁ ଅଲଗା ହେବା ପରେ ପଞ୍ଜାବ ଲୋକ କଂଗ୍ରେସ ଟିକେଟରେ ପଟିଆଲା ଠାରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। କ୍ୟାପଟେନଙ୍କ ଦଳ ଭାଜପା ସହ ମେଣ୍ଟ କରିଛି। ପଞ୍ଜାବର ସମସ୍ତ ୧୧୭ଟି ଆସନ ପାଇଁ ଫେବୃୟାରୀ ୨୦ରେ ମତଦାନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ଏମ୍‌ପି ଟିକେଟ୍‌ କାଟିଦେଲେ, ତଥାପି ଦୁଃଖ ନାହିଁ: ଶାହାଙ୍କୁ କହିଲେ ଆଧୁନିକ ଭାରତର ଆଇରନ ମ୍ୟାନ୍‌

ଲକ୍ଷ୍ନୌ,୧୯।୪: ଏଥର ଦଳ ଉତ୍ତରପ୍ରଦେଶର ବାଲିଆ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି ଏମ୍‌ପି ବୀରେନ୍ଦ୍ର ସିଂ ମସ୍ତଙ୍କୁ ଟିକେଟ ଦେଇନାହାଁନ୍ତି। ଦଳ ପୂର୍ବତନ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri