ପୂର୍ବତନ ସଦସ୍ୟଙ୍କ ବିୟୋଗରେ ବିଧାନସଭାରେ ଶୋକ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ବିଧାନସଭାର ପୂର୍ବତନ ସଦସ୍ୟଙ୍କ ବିୟୋଗରେ ବୁଧବାର ଗୃହରେ ଶୋକ ପ୍ରସ୍ତାବ ଆଗତ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରଲୋକଗତ ସଦସ୍ୟ ସାହୁରା ମଲ୍ଲିକ, ଉଦୀପ ପ୍ରତାପ ଦେଓ, ବୃନ୍ଦାବନ ପାତ୍ର ଏବଂ ଓଡ଼ିଶା ପୋଲିସର ପୂର୍ବତନ ଓଏପିଏଫ୍‌ ଜୟରାଫ କବାସିଙ୍କ ବିୟୋଗରେ ଗୃହରେ ଶୋକପ୍ରସ୍ତାବ ଆଗତ କରିଥିଲେ।

ଷୋଡ଼ଶ ବିଧାନସଭାର ଦ୍ୱିତୀୟ ଅଧିବେଶନ ବୁଧବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିବସ ଥିବାରୁ ଗୃହକାର୍ଯ୍ୟ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହୋଇଥିଲା। ଦେଶବନ୍ଦନା ପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶୋକପ୍ରସ୍ତାବ ଆଗତ କରିବା ପାଇଁ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କହିଥିଲେ। ମୁଖ୍ୟମନ୍ତ୍ରୀ ଶୋକପ୍ରସ୍ତାବ ଆଗତ କରିବା ସହ ଦିବଂଗତଙ୍କ ସ୍ମୃତିଚାରଣ କରିଥିଲେ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗୃହର ସମବେଦନା ଜଣାଇବା ସହ ସ୍ବର୍ଗତ ଆତ୍ମାଙ୍କର ସଦ୍‌ଗତି କାମନା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଗତ ଶୋକପ୍ରସ୍ତାବକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ସିପିଆଇ(ଏମ୍‌) ସଦସ୍ୟ ଲକ୍ଷ୍ମଣ ମୁଣ୍ଡା ପ୍ରମୁଖ ସମର୍ଥନ କରିବା ସହ ସ୍ବର୍ଗତ ପୂର୍ବତନ ସଦସ୍ୟ ଏବଂ ପୋଲିସ କର୍ମଚାରୀଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ବାଚସ୍ପତିଙ୍କ ଜରିଆରେ ନିଜ ଦଳର ସମବେଦନା ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଜଣାଇଥିଲେ। ଶେଷରେ ବାଚସ୍ପତି ପରଲୋକଗତ ସଦସ୍ୟଙ୍କ ଜୀବନୀ ବିଷୟରେ ସଂକ୍ଷେପରେ ଆଲୋକପାତ କରିବା ସହ ଗୃହ ତରଫରୁ ସ୍ବର୍ଗତଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଥିଲେ। ଏଥିସହ ଗୃହରେ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ପୂର୍ବାହ୍ନ ୧୧ଟାରୁ ୧୧.୧୫ମିନିଟ ପର୍ଯ୍ୟନ୍ତ ଗୃହରେ ଶୋକପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ଏଥର ବି ଝୁଲି ରହିଲା କଟକର ୨ ଆସନ

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ଭାଜପା)। ଏଥର...

ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପା ବଦଳାଇଛି। ରଣପୁର ଏବଂ ପଟାଙ୍ଗୀ...

ଭାଜପା ପ୍ରାର୍ଥୀ ତାଲିକା: ରାଉଲକେଲାରୁ ଲଢିବେ ଦିଲ୍ଲୀପ ରାୟ

କରିଛି। ରାଉଲକେଲାରୁ ଭାଜପା ଦିଲ୍ଲୀପ ରାୟଙ୍କୁ ଟିକେଟ୍‌ ଦେଇଛି। ଦିଲ୍ଲୀପ ରାୟ ଭାଜପାରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ସାରଦା ପ୍ରସାଦ ନାୟକଙ୍କୁ ଟିକେଟ୍‌ ଦେଇଛି।...

ଘୋଷଣା ହେଲା ଭାଜପା ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍‌

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ରାଉଲକେଲାରୁ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ। ସେହିପରି ପାଟଣାରୁ ଅଖିଲ ଚନ୍ଦ୍ର...

ଯାଜପୁର ବସ୍‌ ଦୁର୍ଘଟଣାର କାରଣ ଜଣାପଡିଲା: ଏମିତି ହୋଇଥିଲା ଦୁର୍ଘଟଣା

ଭୁବନେଶ୍ୱର,୧୫ା୪: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ବାରବାଟୀ ଛକ ନିକଟ ଓଭରବ୍ରିଜ୍‌ରୁ ‘କାଳିଆନନା’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌...

ମରୀଚି କୁଣ୍ଡ ପାଣି ନିଲାମ: ଏତିକି ଟଙ୍କା ଦେଇ ପ୍ରଥମ ଗରାପାଣି କିଣିଲେ ଏହି ମହିଳା

ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ସୋମବାର ବିଳମ୍ବିତ ରାତିରେ ଏହି...

ସିଝୁଛି ସାରା ଓଡ଼ିଶା: ସକାଳ ୮ ସୁଦ୍ଧା ତାପମାତ୍ରା ୩୪ ପାର୍‌

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ଦିନକୁ ଦିନ ବଢ଼ିବାରେ ଲାଗିଛି ତାପମାତ୍ରା। ଗରମ ସହ ଗୁଳୁଗୁଳିରେ ଲୋକେ ଛଟପଟ ହେଉଥିବାବେଳେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri