ପୂର୍ବତନ ସରପଞ୍ଚଙ୍କୁ ଆକ୍ରମଣ ଘଟଣା, ୨ ଗିରଫ

ହିଞ୍ଜିଳିକାଟୁ,୨୮ା୯(ଡି.ଏନ୍‌.ଏ.) -ହିଞ୍ଜିଳି ଥାନା ତହଁର ଗ୍ରାମର ପୂର୍ବତନ ସରପଞ୍ଚ ପଦ୍ମଚରଣ ପାଢୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ୨ଜଣ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଆସିକା ଥାନା ସୁନାରୀ ସାହିର ସମୀର ସାହୁ (୨୦) ଓ ଓଡ଼ଗଁ। ଥାନା ରଙ୍ଗଣିପାଟଣା ଗ୍ରାମର ଜିତେନ୍ଦ୍ର ପ୍ରଧାନ (୨୦)। ପ୍ରକାଶ ଥାଉ କି, ଗତ ୧୧ ତାରିଖ ରାତିରେ ପଦ୍ମଚରଣ ଶୌଚାଳୟ ଯିବାକୁ ବାରିପଟ କବାଟ ଖୋଲିବାବେଳେ ପୂର୍ବରୁ ପ୍ରସ୍ତୁତ ହୋଇଥିବା ୪ଦୁର୍ବୃତ୍ତ ତାଙ୍କୁ ଲୁହା ରଡ଼ ଓ ଛୁରୀରେ ଆକ୍ରମଣ କରିଥିଲେ। ତାଙ୍କ ମୁଣ୍ଡ ଓ ଛାତିରେ ଗୁରୁତର ଆଘାତ ଲାଗିଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସିତ ହୋଇଥିଲେ। ଏନେଇ ପଦ୍ମଚରଣଙ୍କ ପୁତୁରା ଅରୁଣ ଥାନାରେ ଅଭିଯୋଗ କରିଥିଲେ। ନଂ.୨୩୬/୧୧ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଥିଲା। ଗୁରୁବାର ଗିରଫ ୨ଅଭିଯୁକ୍ତଙ୍କୁ ପୋଲିସ ଭୁବନେଶ୍ୱର ସାଲିଆ ସାହିରୁ ଗିରଫ କରିଛି। ଘଟଣାରେ ଜଡ଼ିତ ଅନ୍ୟ ୨ଜଣ ପେରାର ଅଛନ୍ତି। ଗିରଫ ୨ଜଣଙ୍କୁ ଶୁକ୍ରବାର ଶେରଗଡ଼ କୋର୍ଟକୁ ପଠାଯାଇଥିବା ଆଇଆଇସି ଅଭିମନ୍ୟୁ ଦାସଙ୍କ ଠାରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri