ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସନାତନ ବିସିଙ୍କ ବିୟୋଗରେ ବିଜୁ ଜନତା ଦଳର ଶୋକ ପ୍ରକାଶ

ଭୁବନେଶ୍ୱର/ସମ୍ବଲପୁର,୧୪।୪(ବ୍ୟୁରୋ): ଓଡିଶାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ, ପ୍ରାକ୍ତନ ରାଜ୍ୟସଭା ସଦସ୍ୟ, କ୍ରୀଡାବିତ, କ୍ରୀଡ଼ା ସଙ୍ଗଠକ ତଥା ପଶ୍ଚିମ ଓଡିଶାର ବର୍ଷିଆନ ରାଜନେତା ସନାତନ ବିସିଙ୍କର ମଙ୍ଗଳବାର ସକାଳେ ପରଲୋକ ଘଟିଛି। ସମ୍ବଲପୁରସ୍ଥିତ ତାଙ୍କର ନିଜସ୍ବ ବାସଭବନରେ ବିସିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ସନାତନ ବିସିଙ୍କ ବିୟୋଗରେ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ତଥା ବିଜେଡି ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା ଗଭୀର ଶୋକ ବ୍ୟକ୍ତ କରିବା ସହ ସ୍ବର୍ଗତ ଆତ୍ମାର ସଦଗତି କାମନା କରିଛନ୍ତି। ଏଭଳି ଦୁଖଦ ସମୟରେ ଈଶ୍ୱର ତାଙ୍କ ପରିବାରବର୍ଗକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ଦାସବର୍ମା ଶୋକବାର୍ତାରେ ଉଲ୍ଲେଖ କରିଛନ୍ତି। ସୂଚନାଯୋଗ୍ୟ, ସ୍ବର୍ଗତ ସନାତନ ବିଶି ରେଢ଼ାଖୋଲ ବିଧାନସଭା ନିର୍ବାଚନମଣ୍ଡଳୀରୁ ଓଡ଼ିଶା ବିଧାନସଭାକୁ ଦୁଇଥର ବିଜେଡି ପକ୍ଷରୁ ନିର୍ବାଚିତ ହୋଇଥିଲେ। ଏଥିସହ ସେ ରାଜ୍ୟରେ ସ୍ବାସ୍ଥ୍ୟମନ୍ତ୍ରୀ ଭାବେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମଧ୍ୟ ତୁଲାଇଥିଲେ। ଜନତା ଦଳ ପକ୍ଷରୁ ରାଜ୍ୟସଭାକୁ ନିର୍ବାଚିତ ହେବା ସହ ସ୍ବର୍ଗତ ବିସି ଜଣେ ବିଶିଷ୍ଟ ରାଜନେତା, କ୍ରୀଡାବିତ ଓ କ୍ରୀଡା ସଙ୍ଗଠକ ରହି ଆସିଥିଲେ। ସମ୍ବଲପୁର ଷ୍ଟାଡିୟମ ନିର୍ମାଣରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା। ସେ ଓଡ଼ିଶା ଅଲମ୍ପିକ ଆସୋସିଏଶନ ସହ ଜଡିତ ଥିଲେ। ଶ୍ରମିକ କଲ୍ୟାଣ ନିମନ୍ତେ ତାଙ୍କର ଜୀବନ ବ୍ୟାପି ସଂଗ୍ରାମକୁ ଆମେ ସ୍ମରଣ କରୁଛୁ। ସେ ଛାତ୍ର ଆନ୍ଦୋଳନରୁ ନିଜର ରାଜନୈତିକ ଜୀବନ ଆରମ୍ଭ କରି ସମ୍ବଲପୁର ଜିଲା ଜନତା ଦଳର ସଭାପତି ହୋଇଥିଲେ। ବିଜୁ ଜନତା ଦଳ ପଶ୍ଚିମ ଓଡ଼ିଶାର ବିକାଶର ଜଣେ ଧୁରିଣ ନେତାଙ୍କୁ ହରାଇଲା ବୋଲି ବିଜେଡି ପକ୍ଷରୁ ଜାରି କରାଯାଇଥିବା ପ୍ରେସ ଇସ୍ତାହାରରେ ସଞ୍ଜୟ ଦାସବର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?