Posted inଖେଳ

ପୂର୍ବତନ ହକି ଖେଳାଳି ବଲ୍‌ବୀରଙ୍କ ପରଲୋକ

ନୂଆଦିଲ୍ଲୀ, ୧ା୩ (ପି.ଟି.)-ଭାରତର ପୂର୍ବତନ ହକି ଖେଳାଳି ବଲ୍‌ବୀର ସିଂ କୁଲାରଙ୍କ ଦୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ୧୯୬୮ ଅଲିମ୍ପିକ୍ସ ବ୍ରୋଞ୍ଜ ବିଜୟୀ ଦଳର ସେ ଅନ୍ୟତମ ସଦସ୍ୟ ଥିଲେ। ତାଙ୍କର ସ୍ତ୍ରୀ ଏବଂ ଗୋଟିଏ ପୁଅ ଓ ଦୁଇଟି ଝିଅ ଅଛନ୍ତି। ପୁଅ କମଲବୀର ସିଂ କହିଛନ୍ତି ବାପାଙ୍କର ମୋ ସହିତ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ମାତ୍ର ହଠାତ୍‌ ତାଙ୍କର ହୃଦ୍‌ଘାତ ହୋଇଥିଲା। ଜଳନ୍ଧର ଜିଲାର ସଂସାରପୁରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଥିଲା। ବଲ୍‌ବୀର ୧୯୬୩ରେ ଫ୍ରାନ୍ସର ଲିଅନଠାରେ ଭାରତ ତରଫରୁ ତାଙ୍କ ପଦାର୍ପଣ ମ୍ୟାଚ ଖେଳିଥିଲେ। ସେ ଭାରତୀୟ ଦଳ ସହିତ ବେଲଜିୟମ, ଇଂଲଣ୍ଡ, ନେଦରଲାଣ୍ଡ୍ସ, ନ୍ୟୁଜିଲାଣ୍ଡ ଏବଂ ତତ୍‌କାଳୀନ ପଶ୍ଚିମଜର୍ମାନୀ ଗସ୍ତ କରିଛନ୍ତି। ସେ ୧୯୬୬ (ବ୍ୟାଙ୍କକ୍‌) ଏସିଆନ ଗେମ୍ସ ସ୍ବର୍ଣ୍ଣ ଏବଂ ୧୯୬୮ (ମେକ୍ସିକୋ) ଅଲିମ୍ପିକ ବ୍ରୋଞ୍ଜ ଜିତିଥିବା ଭାରତୀୟ ହକି ଦଳର ଅନ୍ୟତମ ସଦସ୍ୟ ଥିଲେ। ବଲବୀର ଆହୁରି ମଧ୍ୟ ୧୯୬୬ ବ୍ୟାଙ୍କକ୍‌ ଏସିଆନ ଗେମ୍ସ ସ୍ବର୍ଣ୍ଣ ଜିତିଥିବା ଭାରତୀୟ ଦଳର ସଦସ୍ୟ ଥିଲେ। ସେ ଜାତୀୟ ଦଳର ଚୟନକର୍ତ୍ତା ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। କୁଲାରଙ୍କ ଦେହାନ୍ତ ପାଇଁ ହକି ଇଣ୍ଡିଆ ଗଭୀର ୋୟଶାକ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri