ପୂର୍ବଭାରତ ବିଜ୍ଞାନ ନାଟକ ପ୍ରତିଯୋଗିତା: ପଞ୍ଚାୟତିରାଜ ହାଇସ୍କୁଲ ଚାମ୍ପିୟନ

ଢେଙ୍କାନାଳ ଅଫିସ, ୨୨।୮ – ଲଗାତର ତୃତୀୟ ଥର ପାଇଁ ପୂର୍ବଭାରତ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଚାମ୍ପିୟନ ହୋଇ ଜାତୀୟସ୍ତରକୁ ଚୟନ ହୋଇଛି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାନପୁରା ପଞ୍ଚାୟତିରାଜ ହାଇସ୍କୁଲ। ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ମଞ୍ଚସ୍ଥ ନାଟକ ‘ସୃଷ୍ଟି-ନିଡ୍‌ସ କେୟାର’ ବିଚାରକଙ୍କ ଦ୍ୱାରା ଉଚ୍ଚ ପ୍ରଶଂସିତ ହୋଇଛି। ଏହାପରେ ନାଟକ ଟିମ୍‌କୁ ବିଭିନ୍ନ ମହଲରୁ ପ୍ରଶଂସାର ସୁଅ ଛୁଟିଛି।
ଜିଲା ଏବଂ ରାଜ୍ୟସ୍ତରରେ ଶ୍ରେଷ୍ଠ ସ୍ଥାନ ହାସଲ କରିବା ପରେ ‘ସୃଷ୍ଟି-ନିଡ୍‌ସ କେୟାର’ ପୂର୍ବ ଭାରତ ନାଟକ ପ୍ରତିଯୋଗିତାରେ ଭାଗ ନେବାକୁ ମନୋନୀତ ହୋଇଥିଲା। କଲିକତାର ବିର୍ଲା ଇଣ୍ଡଷ୍ଟ୍ରିଆଲ ଆଣ୍ଡ୍‌ ଟେକ୍ନୋଲୋଜିକାଲ ମ୍ୟୁଜିୟମ୍‌ରେ ବୁଧବାର ଆୟୋଜିତ ନାଟକରେ ଓଡ଼ିଶାରୁ ପ୍ରତିନିଧିତ୍ୱ କରିଥିଲା ଏହି ନାଟକ। ପରିବେଶ ସନ୍ତୁଳନ, ସୁରକ୍ଷା ଏବଂ ସଚେତନତା ଉପରେ ପର୍ଯ୍ୟବସିତ ଉକ୍ତ ନାଟକକୁ ନିଖୁଣ ଭାବେ ଅଭିନୟ ମାଧ୍ୟମରେ ଦର୍ଶାଇଥିଲେ ଶିକ୍ଷାନୁଷ୍ଠାନର କଳାକାର। ଆସନ୍ତା ଜାନୁୟାରୀ ୮ ଏବଂ ୯ରେ କଲିକତାରେ ଆୟୋଜିତ ହେବାକୁ ଥିବା ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ କାନପୁରା ପଞ୍ଚାୟତିରାଜ ହାଇସ୍କୁଲ ପୂର୍ବ ଭାରତକୁ ପ୍ରତିନିଧିତ୍ୱ କରିବ।
ନାଟ୍ୟକାର ଦୀନେଶ ଦାସଙ୍କ ଦ୍ୱାରା ରଚିତ ଓ ନିର୍ଦ୍ଦେଶିତ ଏହି ନାଟକରେ ବିଜୟଲକ୍ଷ୍ମୀ ବିଶ୍ୱାଳ, ଶର୍ମିଷ୍ଠା ପ୍ରଧାନ, ସସ୍ମିତା ଦେହୁରୀ, ସଙ୍ଗୀତା ବେହେରା, ସ୍ବୟଂଶୁଭମ୍‌ ନନ୍ଦ, ଜଗନ୍ନାଥ ରାଉତ, ଯଶୋବନ୍ତ ଦେହୁରୀ, ଅବିନାଶ କୁମାର ସାହୁ ପ୍ରମୁଖ ଅଭିନୟ କରିଥିଲେ। ଶିକ୍ଷୟିତ୍ରୀ କବିତା ରାଉତ, ସୁମିତ୍ରା ଜେନା, ଶିକ୍ଷକ ଧ୍ରୁବଚରଣ ସୁନ୍ଦରାୟ, ସମରେନ୍ଦ୍ର ନାୟକ, କର୍ମଚାରୀ ରବି ନାରାୟଣ ରାଉତ ପ୍ରମୁଖ ନାଟ୍ୟ ଦଳରେ ସାମିଲ ଥିଲେ। ଜିଲା ଶିକ୍ଷାଧିକାରୀ ସୁଧାନନ୍ଦ ପରିଡ଼ା ନାଟକରେ ଭାଗ ନେଇଥିବା ଛାତ୍ରୀଛାତ୍ର, ନିର୍ଦ୍ଦେଶକ ଏବଂ ସହଯୋଗୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri