ପୂର୍ବଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ : ଜଣଙ୍କୁ ହତ୍ୟା

ଠାକୁରମୁଣ୍ଡା,୧୮।୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଶାଳଚୁଆ ପଞ୍ଚାୟତ ନଦା ଗ୍ରାମରେ ବୁଧବାର ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣରେ ଜଣଙ୍କୁ ହତ୍ୟା କରାଯାଇଛି। ମୃତକ ଜଣକ ସେହି ଗ୍ରାମର ନାରାୟଣ ପାତ୍ର ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ଗ୍ରାମର ନାରାୟଣ ପାତ୍ର (୫୫) କିଛି ଲୋକଙ୍କ ସ୍ବଚ୍ଛ ଭାରତ ଯୋଜନାରେ ପାଇଖାନା ନିର୍ମାଣ କରିଥିଲେ। ନିର୍ମାଣ ଶ୍ରମିକଙ୍କୁ ମଜୁରୀ ଦେଇ ରାତି ପ୍ରାୟ ୮ଟାରେ ଫେରୁଥିବା ସମୟରେ ଘରଠାରୁ କିଛି ଦୂରରେ ଲୁଚି ରହିଥିବା କେତେଜଣ ତାଙ୍କୁ ଅତର୍କିତ ଭାବେ ଧାରୁଆଅସ୍ତ୍ରରେ ଆକ୍ରମଣ କରିଥିଲେ। କିନ୍ତୁ ସେ କୌଣସି ଉପାୟରେ ଖସି ଘରକୁ ଆସିଥିଲେ କିନ୍ତୁ ଆକ୍ରମଣକାରୀ ତାଙ୍କୁ ପିଛା କରି ଘରୁ ଟାଣି ଆଣି ବାହାରେ ଧାରୁଆଅସ୍ତ୍ରରେ ତାଙ୍କ ବେକକୁ କାଟି ପଳାଇ ଯାଇଥିଲେ। ମୃତକଙ୍କ ପୁଅ ରତିକାନ୍ତ ଏ ସମ୍ପର୍କରେ ମହୁଲଡ଼ିହା ଥାନାରେ ଅଭିଯୋଗ କରିବା ପରେ କେସ ନଂ.୨୮ ଅନୁଯାୟୀ ପୋଲିସ ଏକ ମାମଲା ରୁଜୁ କରି ଘଟଣାସ୍ଥଳରେ ତଦନ୍ତ ଚଳାଇଛି। ହତ୍ୟାକାଣ୍ଡରେ ୫/୬ଜଣ ସାମିଲ ଥିବା ନେଇ ମହୁଲଡିହା ପୋଲିସ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri