ପୂର୍ବଶତ୍ରୁତାରୁ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ

ଜଟଣୀ,୨୯।୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପାଞ୍ଚଗାଁ ବଜାରରେ ରବିବାର ଜଣେ ଯୁବକଙ୍କ ଉପରେ ସଂଘବଦ୍ଧ ଆକ୍ରମଣ କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ମୁକ୍ତି ରାଜଗୁରୁ ।
ସୂଚନାଯୋଗ୍ୟ, ମୁକ୍ତି ଗାଁ ଛକରେ ଛିଡା ହାଇଥିବା ବେଳେ ୫ରୁ ଊର୍ଦ୍ଧ୍ୱ ଯୁବକ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଖଣ୍ଡାଚୋଟରେ ତାଙ୍କ ବାମ ହାତ ପାପୁଲି ଓ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଥିଲା। ଗୁରୁତର ଅବସ୍ଥାରେ ମୁକ୍ତିଙ୍କୁ କ୍ୟାପିଟାଲ ହସ୍ପିଟାଲ ଓ ପରେ ଏକ ଘରୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୂର୍ବଶତ୍ରୁତାରୁ ଏପରି ଘଟିଥିବା ବେଳେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।