ପୂର୍ବାଞ୍ଚଳ ଆଇଜିଙ୍କ ସମେତ ପୋଲିସ୍‌କୁ ଘେରିଲେ ଗ୍ରାମବାସୀ

ବାହାନଗା, ୧୦ା୧(ଡି.ଏନ.ଏ.)-ପାରିବାରିକ କଳହକୁ ନେଇ ଗତ ଡିସେମ୍ବର ୨୯ ତାରିଖରେ ଏକ ପରିବାରର ମା ଓ ଦୁଇ ଝିଅ ଉଭୟ ବିଷ ପିଇ ଆମତ୍ହତ୍ୟା ଉଦ୍ୟମ କରିଥିଲେ ା ସେମାନେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ କେତେକ ଆତ୍ମୀୟସ୍ବଜନ ପହଞ୍ଚି ସେଠାରେ ଜଣେ ଝିଅକୁ ବଳାକତ୍ାର ଉଦ୍ୟମ କରାଯାଇଥିବା ଗତ ୩୦ତାରିଖରେ ବାଲେଶ୍ୱର ଟାଉନ୍‌ ଥାନାରେ ମା’ ଓ ଝିଅ ଅଭିଯୋଗ କରିଥିଲେ। ଉକ୍ତ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରିଥିଲା। ଘଟଣାଟି ସମ୍ବେଦନଶୀଳ ହୋଇଥିବାରୁ ପୂର୍ବାଞ୍ଚଳ ଆଇଜି ଦୀପ୍ତେଶ ପଟ୍ଟନାୟକଙ୍କ ସମେତ ଟାଉନ୍‌ ଥାନା ଅଧିକାରୀ ସରୋଜିନୀ ନାୟକ ଓ ଖନ୍ତାପଡା ଥାନା ଅଧିକାରୀ ସଞ୍ଜୟ କୁମାର ପରିଡା, ଗୋପାଳପୁର ଫାଣ୍ଡି ଅଧିକାରୀ ବଂଶୀଧର ପ୍ରଧାନ ଓ ଡିଏସପି ପ୍ରମୁଖ ଏହାର ତଦନ୍ତ ପାଇଁ ସମ୍ପୃକ୍ତ ଗଁାକୁ ଯାଇଥିଲେ। ସ୍ଥାନୀୟ ଗ୍ରାମବାସୀ ଏଭଳି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା ବୋଲି ଦର୍ଶାଇ ପୋଲିସ୍‌କୁ ଘେରି ପ୍ରତିବାଦ ଜଣାଇଥିଲେ। ଏନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ଜିଲା ଚିକିତ୍ସାଳୟରେ ଜଣେ ଯୁବତୀଙ୍କ ବଳାକତ୍ାର କରାଯିବା ବେଳେ ପାଖ ଶଯ୍ୟାରେ ଥିବା ଲୋକେ କିପରି ଜାଣିପାରିଲେ ନାହିଁ ବୋଲି ଗ୍ରାମବାସୀ ପୋଲିସ୍‌କୁ ପ୍ରଶ୍ନ କରିଥିଲେ। ଏଭଳି ପରିସ୍ଥିତିରେ ପୋଲିସ ଅଧିକାରୀମାନେ ବ୍ୟତିବ୍ୟସ୍ତ ହୋଇପଡିଥିଲେ। ପୂର୍ବାଞ୍ଚଳ ଆଇଜି ଲୋକଙ୍କୁ ବୁଝାଇ କହିଥିଲେ ଅଭିଯୋଗକ୍ରମେ ଏଭଳି ଘଟଣାକୁ ଗୁରୁତ୍ୱ ଦିଆଯାଇ ତଦନ୍ତ କରାଯାଉଛି, ଏଥିରେ ଭୟ କରିବାର କିଛି ନାହିଁ ା ତଦନ୍ତରେ ସହଯୋଗ କରନ୍ତୁ। ଆପଣମାନେ ଉପଯୁକ୍ତ ନ୍ୟାୟ ପାଇବେ। ଏଭଳି ପ୍ରତିଶ୍ରୁତି ପାଇ ଗ୍ରାମବାସୀ ଅଧିକାରୀମାନଙ୍କୁ ଛାଡିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri