ପୂର୍ବାଞ୍ଚଳ ବିମାନବନ୍ଦରଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଏଏଆଇ) ପକ୍ଷରୁ ବୁଧବାର ପୂର୍ବ ଭାରତରେ ଥିବା ବିମାନବନ୍ଦରଗୁଡ଼ିକର ଆଞ୍ଚଳିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ବିମାନବନ୍ଦର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କୋଲକାତା, ଭୁବନେଶ୍ୱର, ପାଟନା, ରାଞ୍ଚି, ରାୟପୁର, ବଗ୍‌ଡୋଗ୍ରା, ପୋର୍ଟବ୍ଲେୟାର୍‌ ଓ ଗୟା ବିମାନବନ୍ଦରର କାର୍ଯ୍ୟଧାରା ସମ୍ପର୍କିତ ସମୀକ୍ଷା କରାଯାଇଥିଲା। ଆଇଏଏସ୍‌ ତଥା ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆର ଚେୟାରମ୍ୟାନ୍‌ ଜି. ମହାପାତ୍ରଙ୍କ ନେତୃତ୍ୱରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଏହି ଅବସରରେ ବିମାନବନ୍ଦରଗୁଡ଼ିକର କାର୍ଯ୍ୟାବଳୀ ସହ ବିଗତ ବର୍ଷର ରେକର୍ଡକୁ ଯାଞ୍ଚ କରାଯାଇଥିଲା। ଯାତ୍ରୀମାନଙ୍କ ପାଇଁ ଉପଲବ୍ଧ ବିଭିନ୍ନ ସୁବିଧା ସୁଯୋଗ, ବିମାନବନ୍ଦର ଭିତ୍ତିଭୂମିର ବିକାଶ, ରହିଥିବା ସମସ୍ୟା ଏବଂ ଆୟ ତଥା ଲାଭାଂଶ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ବୈଠକରେ ଉପରୋକ୍ତ ସମସ୍ତ ବିମାନବନ୍ଦରର ନିର୍ଦ୍ଦେଶକ ଯୋଗଦେଇ ତଥ୍ୟ ଉପସ୍ଥାପନ କରିଥିଲେ। ଏଏଆଇ ଅଧ୍ୟକ୍ଷଙ୍କ ସହ ଆଞ୍ଚଳିକ ମୁଖ୍ୟ ଏବଂ ବିମାନବନ୍ଦର ନିର୍ଦ୍ଦେଶକମାନେ ବିଭିନ୍ନ ସମସ୍ୟା ଓ ତାହାର ସମାଧାନ ଦିଗରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri