ପୂର୍ବାହ୍ନରେ ଫେରାଇଦେଲେ, ଅପରାହ୍ନରେ ବାଣ୍ଟିଲେ

ଅନୁଗୋଳ ଅଫିସ, ୧।୪: କରୋନା ମୁକାବିଲା ପାଇଁ ସୋମବାର ଅନୁଗୋଳ ଜିଲାରେ ପାରା ମେଡିକାଲ ଷ୍ଟାଫ ନିଯୁକ୍ତି କରାଯାଇଥିଲା। ମଙ୍ଗଳବାର ସେମାନଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରାଯିବାର ଥିଲା। ଏଥିପାଇଁ ପୂର୍ବାହ୍ନରେ ମେଡିକାଲ ପରିସରରେ ଷ୍ଟାଫ୍‌ମାନେ ପହଞ୍ଚି ଯାଇଥିଲେ। ହେଲେ ନବନିଯୁକ୍ତ କର୍ମଚାରୀଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରଖିବାକୁ କର୍ତ୍ତୃପକ୍ଷ ଯେପରି ଭୁଲିଯାଇଥିଲେ। ତେବେ ଗହଳି ଦେଖି ଉପଜିଲାପାଳ ବାସୁଦେବ ଶତପଥୀ କର୍ତ୍ତୃପକ୍ଷଙ୍କୁ ତାଗିଦ୍‌ କରିଥିଲେ। ଏହାପରେ ମେଡିକାଲ କର୍ତ୍ତୃପକ୍ଷ କର୍ମଚାରୀମାନଙ୍କୁ ଫେରିଯିବାକୁ କହିବା ସହ ଅପରାହ୍ନରେ ଡାକି ନିଯୁକ୍ତିପତ୍ର ପ୍ରଦାନ କରିଥିଲେ।
ପ୍ରକାଶ ଯେ, ନିଯୁକ୍ତିପତ୍ର ପାଇଁ ପାରାମେଡିକାଲ ଷ୍ଟାଫ୍‌ମାନେ ମେଡିକାଲ ପରିସରରେ ଭିଡ଼ ଲଗାଇଥିବା ସମ୍ପର୍କରେ ଉପଜିଲାପାଳ ଶତପଥୀଙ୍କୁ ସୂଚନା ମିଳିଥିଲା। ତୁରନ୍ତ ସେ ପହଞ୍ଚି ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସହ ଅନ୍ୟମାନଙ୍କୁ ତାଗିଦ୍‌ କରିଥିଲେ। ଖବରପାଇ ଅନୁଗୋଳ ଏସ୍‌ଡିପିଓ ଅଶ୍ୱନୀ ସାହୁ, ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ ଓ ଏସ୍‌ଆଇ ପ୍ରକାଶ ଚନ୍ଦ୍ର ମାଝି ପହଞ୍ଚତ୍ ନବନିଯୁକ୍ତ କର୍ମଚାରୀମାନଙ୍କୁ ସାମାଜିକ ଦୂରତା ବଜାୟ ରଖିବାକୁ ପରାମର୍ଶ ଦେଇଥିଲେ। କିନ୍ତୁ ସେମାନେ କଟକଣାକୁ ବେଖାତିର କରିବାରୁ ସମସ୍ତଙ୍କୁ ଫେରାଇ ଦିଆଯାଇଥିଲା। ଅପରାହ୍ନ ୩ଟାରେ ସେମାନଙ୍କୁ ଡକାଯାଇ ସାମାଜିକ ଦୂରତା ରକ୍ଷା କରିବାକୁ କୁହାଯିବା ସହ ସହ ୩୦ ଜଣ ଫାର୍ମାସିଷ୍ଟ, ୪୧ ଜଣ ଷ୍ଟାଫ୍‌ ନର୍ସ, ୧୨ ଜଣ ଟେକ୍ନିସିଆନ, ୨ ଜଣ ରେଡିଓ ଗ୍ରାଫର, ୧୯ ଜଣ ମଲ୍ଟି ପ୍ରପୋଜ ହେଲ୍‌ପ ୱାର୍କର (ପୁରୁଷ) ଓ ୪୨ ଜଣ ମଲ୍ଟି ପ୍ରପୋଜ ହେଲ୍‌ପ ୱାର୍କର (ମହିଳା)ଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri