ପୂର୍ବାହ୍ନରେ ଫେରାଇଦେଲେ, ଅପରାହ୍ନରେ ବାଣ୍ଟିଲେ

ଅନୁଗୋଳ ଅଫିସ, ୧।୪: କରୋନା ମୁକାବିଲା ପାଇଁ ସୋମବାର ଅନୁଗୋଳ ଜିଲାରେ ପାରା ମେଡିକାଲ ଷ୍ଟାଫ ନିଯୁକ୍ତି କରାଯାଇଥିଲା। ମଙ୍ଗଳବାର ସେମାନଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରାଯିବାର ଥିଲା। ଏଥିପାଇଁ ପୂର୍ବାହ୍ନରେ ମେଡିକାଲ ପରିସରରେ ଷ୍ଟାଫ୍‌ମାନେ ପହଞ୍ଚି ଯାଇଥିଲେ। ହେଲେ ନବନିଯୁକ୍ତ କର୍ମଚାରୀଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରଖିବାକୁ କର୍ତ୍ତୃପକ୍ଷ ଯେପରି ଭୁଲିଯାଇଥିଲେ। ତେବେ ଗହଳି ଦେଖି ଉପଜିଲାପାଳ ବାସୁଦେବ ଶତପଥୀ କର୍ତ୍ତୃପକ୍ଷଙ୍କୁ ତାଗିଦ୍‌ କରିଥିଲେ। ଏହାପରେ ମେଡିକାଲ କର୍ତ୍ତୃପକ୍ଷ କର୍ମଚାରୀମାନଙ୍କୁ ଫେରିଯିବାକୁ କହିବା ସହ ଅପରାହ୍ନରେ ଡାକି ନିଯୁକ୍ତିପତ୍ର ପ୍ରଦାନ କରିଥିଲେ।
ପ୍ରକାଶ ଯେ, ନିଯୁକ୍ତିପତ୍ର ପାଇଁ ପାରାମେଡିକାଲ ଷ୍ଟାଫ୍‌ମାନେ ମେଡିକାଲ ପରିସରରେ ଭିଡ଼ ଲଗାଇଥିବା ସମ୍ପର୍କରେ ଉପଜିଲାପାଳ ଶତପଥୀଙ୍କୁ ସୂଚନା ମିଳିଥିଲା। ତୁରନ୍ତ ସେ ପହଞ୍ଚି ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସହ ଅନ୍ୟମାନଙ୍କୁ ତାଗିଦ୍‌ କରିଥିଲେ। ଖବରପାଇ ଅନୁଗୋଳ ଏସ୍‌ଡିପିଓ ଅଶ୍ୱନୀ ସାହୁ, ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ ଓ ଏସ୍‌ଆଇ ପ୍ରକାଶ ଚନ୍ଦ୍ର ମାଝି ପହଞ୍ଚତ୍ ନବନିଯୁକ୍ତ କର୍ମଚାରୀମାନଙ୍କୁ ସାମାଜିକ ଦୂରତା ବଜାୟ ରଖିବାକୁ ପରାମର୍ଶ ଦେଇଥିଲେ। କିନ୍ତୁ ସେମାନେ କଟକଣାକୁ ବେଖାତିର କରିବାରୁ ସମସ୍ତଙ୍କୁ ଫେରାଇ ଦିଆଯାଇଥିଲା। ଅପରାହ୍ନ ୩ଟାରେ ସେମାନଙ୍କୁ ଡକାଯାଇ ସାମାଜିକ ଦୂରତା ରକ୍ଷା କରିବାକୁ କୁହାଯିବା ସହ ସହ ୩୦ ଜଣ ଫାର୍ମାସିଷ୍ଟ, ୪୧ ଜଣ ଷ୍ଟାଫ୍‌ ନର୍ସ, ୧୨ ଜଣ ଟେକ୍ନିସିଆନ, ୨ ଜଣ ରେଡିଓ ଗ୍ରାଫର, ୧୯ ଜଣ ମଲ୍ଟି ପ୍ରପୋଜ ହେଲ୍‌ପ ୱାର୍କର (ପୁରୁଷ) ଓ ୪୨ ଜଣ ମଲ୍ଟି ପ୍ରପୋଜ ହେଲ୍‌ପ ୱାର୍କର (ମହିଳା)ଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri