ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା, ୧୦ଜଣଙ୍କ ନାମରେ ମାମଲା

ମହାକାଳପଡ଼ା,୧୬।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଳିପାଳ ପଞ୍ଚାୟତ ବାଲିସାହି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଗ୍ନିକାଣ୍ଡ ଘଟିଛି। କିଛି ଦୁର୍ବୃତ୍ତ ଗୁରୁବାର ବିଳମ୍ବିତ ରାତିରେ ଗ୍ରାମର ଜୟନ୍ତୀ ନାୟକଙ୍କ ଘରେ ନିଆଁ ଲଗାଇଦେବା ଯୋଗୁ ଦୁଇ ବଖରା ଜଳିଯାଇଛି। ତେବେ ଖବର ପାଇ ଗ୍ରାମରେ ମୁତୟନ ଥିବା ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ପରିବାରର ଲୋକଙ୍କୁ ଉଦ୍ଧାର କରିଛନ୍ତି।

ସୂଚନାନୁଯାୟୀ, ଦେଢ଼ ବର୍ଷ ପୂର୍ବେ ଗ୍ରାମରେ ଘଟିଥିବା ଏକ ହତ୍ୟାକାଣ୍ଡକୁ ନେଇ ବିବାଦ ରହିଆସିଛି। ସେବେଠାରୁ ଗ୍ରାମର ରମାକାନ୍ତ ନାୟକଙ୍କ ପରିବାର ନିକଟସ୍ଥ ଛକଠାରେ ଏକ ଦୋକାନ ଘରେ ଆଶ୍ରୟ ନେଉଥିଲେ। ହେଲେ ଗୁରୁବାର ରାତିରେ ପରିବାରଲୋକକୁ ହତ୍ୟା କରିବା ଉଦ୍ଦେଶ୍ୟରେ ତାଙ୍କ ଘରେ ନିଆଁ ଲଗାଇଦେଇଥିବା କୁହାଯାଉଛି। ଗ୍ରାମରେ ପୂର୍ବରୁ ମୁତୟନ ହୋଇଥିବା ପୋଲିସ ରମାକାନ୍ତଙ୍କ ପରିବାରକୁ ଉଦ୍ଧାର କରିଥିଲେ। ଏନେଇ ସେ ଗ୍ରାମର ୧୦ଜଣଙ୍କ ନାମରେ ଅଭିଯୋଗ କରିଛନ୍ତି। ପୋଲିସ ୯୨/୧୯ରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ କରୁଥିବା ଆଇଆଇସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri