ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବାପଝିଅଙ୍କୁ ଆକ୍ରମଣ, ୩ ଗିରଫ

ଖଇରା, ୯।୩(ଡି.ଏନ.ଏ.)-ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ରୁଢିଙ୍ଗିଆ ଗ୍ରାମର କୈଳାସ ବରାଳ ଓ ତାଙ୍କ ଝିଅଙ୍କୁ ଆକ୍ରମଣ କରାଯାଇଛି। ଗ୍ରାମର ଅଙ୍ଗନୱାଡି କର୍ମୀ ଓ ତାଙ୍କ ପରିବାର ଲୋକ ସେମାନଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଖଇରା ଥାନାରେ ଅଭିଯୋଗ ହୋଇଛି। ଖଇରା ପୋଲିସ ଏ ସଂକ୍ରାନ୍ତରେ ଏକ ମାମଲା(ନଂ. ୫୪/୨୦) ରୁଜୁ କରି ମୀନତି ନାୟକ, ସହଯୋଗୀ ସବିତା ନାୟକ ଓ ଅନ୍ୟ ଜଣଙ୍କୁ ଗିରଫ କରି ସୋମବାର କୋର୍ଟଚାଲାଣ କରିଛନ୍ତି ା
କୈଳାସଙ୍କ ପତ୍ନୀ ବାସନ୍ତୀଙ୍କ ଅଭିଯୋଗ ଅନୁଯାୟୀ ସ୍ବାମୀ ରବିବାର ଅପରାହ୍ନରେ ଶଶୁର ଘରୁ ବାଇକ ନେଇ ଘରେ ପହଞ୍ଚିବା ପରେ ପରିବାର ଲୋକଙ୍କୁ ଗାଡି ଘର ଭିତରକୁ ଉଠାଇବା ପାଇଁ କହିଥିଲେ। ଏହି ସମୟରେ ପାଖରେ ଥିବା ସେହି ଗ୍ରାମର ଅଙ୍ଗନୱାଡି କର୍ମୀ ମୀନତି ନାୟକ, ତାଙ୍କ ସ୍ବାମୀ ଅଶୋକ ଓ ଅନ୍ୟ କେତେକ ସମ୍ପର୍କୀୟ ପୂର୍ବଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ ଗାଳିଗୁଲଜ କରିବା ସହିତ କୈଳାଶଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ା ବାପାଙ୍କୁ ମାରୁଥିବା ଦେଖି ତାଙ୍କର ଝିଅ ପ୍ରମିଳା ଛଡାଇବାକୁ ଯିବାରୁ ତାଙ୍କୁ ମଧ୍ୟ ମାଡ ମାରିବା ସହିତ ତାଙ୍କ ଉପରକୁ ପଥର ଫୋପାଡିଥିଲେ। ସଙ୍ଗେ ସଙ୍ଗେ ଆହତ କୈଳାଶଙ୍କୁ ଏକ ଅଟୋ ସାହାଯ୍ୟରେ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri