ପୂର୍ବ ଶତ୍ରୁତାଙ୍କୁ କେନ୍ଦ୍ରକରି ବାପା, ପୁଅଙ୍କୁ ଛୁରାମାଡ଼: ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୧୧।୬(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ଦକ୍ଷିଣପୁର ଗ୍ରାମରେ ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୮ଟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବାପା, ପୁୁଅଙ୍କୁ ଛୁରାମାଡ଼ ହୋଇଛି। ଏଥିରେ ବାପା ଜି.ଯୋଗେନ୍ଦ୍ର ରେଡ୍ଡୀ ଏବଂ ପୁଅ ଜି.ରାଜେଶ ରେଡ୍ଡୀ ଗୁରୁତର ଆହତ ହୋଇଛନ୍ତି। ଛୁରାମାଡ଼ କରିଥିବା ଅଭିଯୁକ୍ତ ହେଲେ ପି.ଜାଗିଲି ରେଡ୍ଡୀ ଓରଫ ବାୟା।
ପ୍ରକାଶ ଯେ, ଯୋଗେନ୍ଦ୍ର ପେସାରେ ଜଣେ ରାଜମିସ୍ତ୍ରି। ୧୫ ଦିନ ପୂର୍ବେ ଯୋଗେନ୍ଦ୍ର ଗ୍ରାମର ଜଣେ ବ୍ୟକ୍ତିଙ୍କ ଘର କାମ କରୁଥିବା ବେଳେ ପଡ଼ୋଶୀ ଜାଗିଲି ଏହାର ପ୍ରତିବାଦ କରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ଓ କଥା କଟାକଟି ହୋଇଥିଲା। ମଙ୍ଗଳବାର ସକାଳେ ଯୋଗେନ୍ଦ୍ର ତାଙ୍କ ଘର ନିକଟରେ ଛିଡ଼ା ହୋଇଥିବା ବେଳେ ଜାଗିଲି ତାଙ୍କ ପେଟକୁ ଛୁରି ଭୁସି ଦେଇଥିଲେ। ଯୋଗେନ୍ଦ୍ରଙ୍କ ପୁଅ ବାପାଙ୍କୁ ଉଦ୍ଧାର କରିବାକୁ ଦୌଡ଼ିଯିବାରୁ ତାଙ୍କ ପିଠିକୁ ଛୁରାମାଡ଼କରି ଫେରାର ହୋଇଯାଇଥିଲେ। ବାପା-ପୁଅଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଉଭୟଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଥାନା ଆଇଆଇସି ଗୌରାଙ୍ଗଚରଣ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri