ପୂର୍ବ ଶତ୍ରୁତାରୁ ଆକ୍ରମଣ, ୩ ଗୁରୁତର

ବାଲେଶ୍ୱର ଅଫିସ, ୨୭।୬-ବାଲେଶ୍ୱର ସଦର ଥାନା ମୁଣ୍ଡାପାଳ ହାଟ ନିକଟରେ ବୁଧବାର ରାତି ପ୍ରାୟ ସାଢେ ୧୦ଟା ବେଳେ ପୂର୍ବ ଶତ୍ରୁତାକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ୨ଜଣ ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ ଜଣେ ଗୁରୁତରଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।
ବୁଆଁଳ ଗ୍ରାମର ରବିପ୍ରିୟ ବେହେରା (୨୪) ବାଲେଶ୍ୱର ସହରରୁ ୨ଜଣ ସାଙ୍ଗଙ୍କ ସହ ଘରକୁ ଫେରୁଥିଲେ। ମୁଣ୍ଡାପାଳ ହାଟ ନିକଟରେ ଅନ୍ୟଗୋଷ୍ଠୀର କେତେକ ଯୁବକ ତାଙ୍କୁ କଥାବାର୍ତ୍ତା କରିବା ବାହାନାରେ ଅଟକାଇଥିଲେ। ପୂର୍ବ ଘଟଣାକୁ କେନ୍ଦ୍ର କରି ସେମାନଙ୍କ ମଧ୍ୟରେ ଯୁକ୍ତିତର୍କ ଆରମ୍ଭ ହୋଇଥିଲା। କିଛି ସମୟ ପରେ ଅନ୍ୟ ଗୋଷ୍ଠୀର ୪ରୁ ୫ ଜଣ ଯୁବକ ମାରଣାସ୍ତ୍ର ସହ ସେଠାରେ ପହଞ୍ଚତ୍ ଆକ୍ରମଣ କରିଥିଲେ। ଖବରପାଇ ରବିପ୍ରିୟଙ୍କ କେତେକ ସହଯୋଗୀ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲେ। ଉଭୟ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଉଗ୍ରରୂପ ଧାରଣ କରିଥିଲା। ଏଥିରେ ରବିପ୍ରିୟ ଓ କୁଡ଼ିଆ ଗ୍ରାମର ବିଶ୍ୱଜିତ୍‌ ସାହୁଙ୍କ ମୁଣ୍ଡରେ ଭୁଜାଲିମାଡ଼ ହୋଇଥିବାବେଳେ ମୁନା ଜେନାଙ୍କ ହାତ ଓ ଶରୀରରେ ବିଭିନ୍ନ ସ୍ଥାନରେ କ୍ଷତ ହୋଇଛି। ୩ ଜଣ ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ମାତ୍ର ମୁନାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।
ଗତ ବାସନ୍ତୀ ପୂଜାରେ ଦୁଇଗ୍ରାମ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏ ବାବଦରେ ଦୁଇ ପକ୍ଷରୁ ସଦର ଥାନାରେ ୩ ମାମଲା ରୁଜୁ ହୋଇଥିଲା। ପୋଲିସର ନୀରବତା ଓ ପୂର୍ବ ମାମଲାରେ କାହାରିକୁ ଗିରଫ କରା ନ ଯିବାରୁ ଗଣ୍ଡଗୋଳ ବଢ଼ି ବଢ଼ି ଚାଲିଛି। ଏପରିକି ଗତ ୩ ମାସରେ ପାରିକୁଳ, କୁଡ଼ିଆ, ଛତ୍ରପୁର, ବେଲବାରିଆ ଓ ବୁଆଁଳ ଗ୍ରାମ ମଧ୍ୟରେ ଛକାପଞ୍ଝା ଲାଗି ୫ଥର ଗଣ୍ଡଗୋଳ ଓ ଆକ୍ରମଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri