ପୂର୍ବ ଶତ୍ରୁତାରୁ ଗଣ୍ଡଗୋଳ, ଜଣେ ଗିରଫ: କଲେଜ ଛାତ୍ର ସମେତ ୫ ଆହତ

ଗଞ୍ଜାମ,୯ା୨(ଡି.ଏନ.ଏ.)-ରମ୍ଭା ଥାନା ଅଧୀନ କାର୍ତ୍ତିକଢ଼ି ଗ୍ରାମର ଗୋଟିଏ ଗୋଷ୍ଠୀ ଓ ବେଣିଗୌରୀ ଗ୍ରାମବାସୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶନିବାର ଗଣ୍ଡଗୋଳ ଘଟିଛି। ଏହି ଘଟଣାରେ ବେଣିଗୌରୀ ଗ୍ରାମର କଲେଜ ଛାତ୍ର ଏସ୍‌. ସନ୍ତୋଷ ରେଡ୍ଡୀ, ଗୋପାଳ ରେଡ୍ଡୀ ଓ ଡମ୍ବୁରୁ ରେଡ୍ଡୀ ଆହତ ହୋଇ ଛତ୍ରପୁର ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ସନ୍ତୋଷପୁର ଗ୍ରାମର ଲଡୁ କିଶୋର ମହାରଣା ଏବଂ ଏକ କ୍ରଶରରେ କାମ କରୁଥିବା ଛତ୍ରପୁର ଅଞ୍ଚଳର ସୁବ୍ରତ ନାହକ ମଧ୍ୟ ଆହତ ହୋଇଛନ୍ତି। ଏହି ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିକରି ବେଣିଗୌରୀ ଗ୍ରାମବାସୀ ରାସ୍ତାରୋକୋ କରିଥିଲେ। ଆହତଙ୍କ ପକ୍ଷରୁ ରମ୍ଭା ଥାନାରେ ଏତଲା ଦିଆଯାଇଛି।
ପୂର୍ବରୁ ଏଭଳି ଗଣ୍ଡଗୋଳ ଘଟିଥିଲେ ମଧ୍ୟ ରମ୍ଭା ଥାନା ପୋଲିସ ପକ୍ଷରୁ କୌଣସି ପଦକ୍ଷେପ ନିଆ ନ ଯିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ରମ୍ଭା ଥାନାଧିକାରୀ କୃଷ୍ଣଚନ୍ଦ୍ର ସେଠୀଙ୍କୁ ପଚାରିବାରୁ ବାଲି ର଼୍ୟାମ୍ପ୍‌କୁ ନେଇ ଏହି ଗଣ୍ଡଗୋଳ ଘଟିଛି। ଏଥିରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ କାର୍ତ୍ତିକ ଢ଼ୀ ଗ୍ରାମର ସନ୍ତୋଷ ରେଡ୍ଡୀଙ୍କୁ ଗିରଫ କରାଯାଇଛି। ଅନ୍ୟ ଅଭିଯୁକ୍ତଙ୍କୁ ମଧ୍ୟ ଶୀଘ୍ର ଗିରଫ କରାଯିବ ବୋଲି କହିବା ପରେ ଲୋକେ ଆନ୍ଦୋଳନରୁ ହଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ମାନିତ ହେଲେ ଓଡ଼ିଆ ପୁଅ ଯୁବ କବି ସୁନୀଲ, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୩।୮(ବିଦ୍ୟାଧର ସାହୁ ): ସାହିତ୍ୟ ସଂସଦ , ମାଲକାନଗିରି ଓଡ଼ିଶାର ସପ୍ତମ ପ୍ରତିଷ୍ଠା ଦିବସ ବ୍ରହ୍ମପୁର ସ୍ଥିତ ଗୋପାଳ କୃଷ୍ଣ ରଙ୍ଗ ମଞ୍ଚ, ଗୋସାଣୀ ନୂଆଁ ଗାଁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri