ପୂର୍ବ ଶତ୍ରୁତାରୁ ଗୁଳିମାଡ଼: ଜଣେ ଗୁରୁତର, ଦୁଇ ଅଟକ

ଛେଣ୍ଡିପଦା,୨୫।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାତ୍ରପଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳିମାଡ଼ ହୋଇଛି। ଗୁଳିମାଡରେ ପାତ୍ରପଡ଼ା ଗ୍ରାମର ଧରଣୀଧର ସାହୁ ଗୁରୁତର ହୋଇଛନ୍ତି।
ସୂଚନାଯୋଗ୍ୟ, ରବିବାର ବିଳମ୍ବିତ ରାତିରେ ଦୁଇଟି ଗାଡ଼ିରେ କିଛି ଯୁବକ ଧରଣୀଧରଙ୍କ ଘରକୁ ଆସି ପାଟିତୁଣ୍ଡ କରିବା ସହିତ ଦୁଇ ରାଉଣ୍ଡ ଗୁଳି ଚଳାଇଥିଲେ। ଏହି ଗୁଳି ଧରଣୀଙ୍କ ଗୋଡ଼ରେ ବାଜିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକେ ପ୍ରଥମେ ଛେଣ୍ଡିପଦା ଓ ପରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି। ଖବର ପାଇ ଛେଣ୍ଡିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିବା ସହିତ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି ।