ପୂର୍ବ ଶତ୍ରୁତାରୁ ଦୋକାନୀଙ୍କୁ ହତ୍ୟା: ୩ ଗିରଫ

ଖୁଣ୍ଟୁଣୀ,୪ା୯(ଡି.ଏନ୍‌.ଏ.):ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଚୌଦ୍ୱାର ଥାନା ଅନ୍ତର୍ଗତ ମାହାଳପଡ଼ା ଗ୍ରାମର ଗୋଲକ ପ୍ରଧାନ(୪୯)ଙ୍କୁ ସଂଘବଦ୍ଧଭାବେ ପିଟିପିଟି ହତ୍ୟା କରାଯାଇଛି। ତାଙ୍କ ସ୍ତ୍ରୀ ସରସ୍ବତୀଙ୍କ ଅଭିଯୋଗକ୍ରମେ ଖୁଣ୍ଟୁଣୀ ପୋଲିସ ଏକ ହତ୍ୟା ମାମଲା (ନଂ.୧୦୧/୧୯)ରୁଜୁ କରି ମଙ୍ଗଳବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବିରଞ୍ଚି ବାରିକ, ପରମେଶ୍ୱର ରାଉତ ଓ ଅଭିଜିତ୍‌ ମହାନ୍ତି। ଫେରାର ଥିବା ଅନ୍ୟ ୯ ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଥିବା ପୋଲିସ କହିଛି। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ମାହଳପଡ଼ା ଗ୍ରାମରେ ଉତ୍ତେଜନା ଲାଗି ରହିଛି। ଗୋଲକଙ୍କ ମୃତଦେହ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର ଓ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଅଞ୍ଚଳବାସୀ କପୁରସିଂଠାରେ ୩ଘଣ୍ଟା ରାସ୍ତାରୋକୋ କରିଥିଲେ।
ସୂଚନା ଅନୁଯାୟୀ, କଖଡି ଛକ ନିକଟରେ ଗୋଲକଙ୍କ ଏକ ଦୋକାନ ରହିଛି। ଗତ ୧୫ଦିନ ତଳେ ଘଣ୍ଟିଖାଲର କେତେଜଣ ଯୁବକ ତାଙ୍କ ଦୋକାନରୁ ପାଣି ପାଉଚ କିଣିଥିଲେ। ଅଧିକା ଦାମ ନେଉଥିବା କହିବା ସହ ଗୋଲକଙ୍କ ପୁଅ ସୁନୀଲଙ୍କ ସହ ଯୁକ୍ତିତର୍କ କରି ପଳାଇଥିଲେ। ସୋମବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଘଣ୍ଟିଖାଲର ଏହି ଯୁବକମାନେ କଖଡି ନିକଟ ଏକ ଢାବା ଆଗରେ ଛିଡା ହୋଇଥିଲେ। ଏହି ସମୟରେ କମେଣ୍ଟ ମରାକୁ କେନ୍ଦ୍ରକରି ସୁନୀଲର ସାଙ୍ଗ ପ୍ରଦୀପଙ୍କ ସହ ଗଣ୍ଡଗୋଳ କରି ପଳାଇଥିଲେ। ଅପରାହ୍ନ ୩ଟା ରେ ଗୋଲକ ଝିଅଘର ନିଧିପୁରରୁ ଘରକୁ ଫେରୁଥିବା ବେଳେ ପୂର୍ବରୁ ଛକି ରହିଥିବା ଅଭିଯୁକ୍ତମାନେ ଛକରେ ତାଙ୍କୁ ସଂଘବଦ୍ଧଭାବେ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ଖବରପାଇ ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମାଧବପୁରସ୍ଥିତ ଜିମସାର ମେଡିକାଲକୁ ନେଇଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ଆଠଗଡ ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଥିଲା। ଏହା ପରେ ଦୁଇ ଗ୍ରାମରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ଏସପି ରାଧା ବିନୋଦ ପାଣିଗ୍ରାହୀଙ୍କ ନିର୍ଦ୍ଦେଶରେ ୩ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିଲା। ଏହା ପରେ ମାହଳାପଡ଼ା ଗ୍ରାମବାସୀ ୫୫ନଂ. ଜାତୀୟ ରାଜପଥର କପୁରସିଂଠାରେ ରାସ୍ତା ଅବରୋଧ କରିଥିଲେ। ଫଳରେ ଉଭୟ ପାର୍ଶ୍ୱରୁ ଆସୁଥିବା ସମସ୍ତ ଯାନବାହନ ଅଟକି ରହିଥିଲା। ଖବରପାଇ ଘଟଣାସ୍ଥଳରେ ଚୌଦ୍ୱାର ଏସ୍‌ଡିପିଓ ପ୍ରଶାନ୍ତ କୁମାର ମଲ୍ଲ ଓ ଖୁଣ୍ଟୁଣୀ ଥାନାଧିକାରୀ ସୁଚିତ୍ର ବିର୍ଯ୍ୟ ଦାସ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ଏହା ପରେ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଥିଲା। ନିଧିପୁର ଛକ ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଚଳାଇଛି। ସୂଚନାଥାଉକି, ପ୍ରାୟ ୧ ମାସ ପୂର୍ବେ ଘଣ୍ଟିଖାଲର ଏକ ଢାବା ନିକଟରେ କୌଣସି କାରଣକୁ ନେଇ ମାହାଳପଡା ଓ ଘଣ୍ଟିଖାଲର ଦୁଇ ଯୁବ ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍‌ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri