ପୂର୍ବ ଶତ୍ରୁତାରୁ ମରଣାନ୍ତକ ଆକ୍ରମଣ: ଗୋଟିଏ ପରିବାରର ୭ ଆହତ

ଜଗତ୍‌ସିଂହପୁର ଅଫିସ, ୩।୧: ଜଗତ୍‌ସିଂହପୁର ଥାନା ଅଧୀନ ଯଶୋବନ୍ତପୁର ପଞ୍ଚାୟତରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତା ଯୋଗୁ ଗୋଟିଏ ପରିବାରର ୭ ଜଣ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣ ଆହତ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ବେହେରା ସାହିର ଦେବେନ୍ଦ୍ର ବେହେରା (୫୨), ବିଶ୍ୱରଞ୍ଜନ ବେହେରା (୨୪), ଦିବ୍ୟଜ୍ୟୋତି ବେହେରା (୧୯)ଙ୍କ ସମେତ ପରିବାରର ୪ ମହିଳା ଆହତ ହୋଇଛନ୍ତି। ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ କରାଯାଇଥିବା ବେଳେ ଦେବେନ୍ଦ୍ରଙ୍କ ଅଭିଯୋଗ ଆଧାରରେ ପୋଲିସ ୩/୨୦ ନଂ.ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ଅଭିଯୋଗ ମୁତାବକ, ଅପରାହ୍ନ ପ୍ରାୟ ୨ଟା ବେଳେ ସ୍ଥାନୀୟ ଅଞ୍ଚଳର ତପନ ବେହେରା, ଦୀପନ ବେହେରା, ଧୁମା ବେହେରା, ଉମା ବେହେରା, ସେମାନଙ୍କ ପୁଅ ଚିଣ୍ଟୁ, ପିଣ୍ଟୁ ଓ ଟୁଟୁ ତାଙ୍କ ଘର ଆଗରେ ଗାଳିଗୁଲଜ କରିଥିଲେ। ଏ ନେଇ ଦିବ୍ୟଜ୍ୟୋତି ଓ ବିଶ୍ୱରଞ୍ଜନ ଥାନାରେ ଅଭିଯୋଗ କରିବାକୁ ଯାଉଥିବା ବେଳେ ଅଭିଯୁକ୍ତମାନେ କାଠପୋଲ ନିକଟରେ ଜିଆଇ ରଡ, କଟୁରି, ଖଣ୍ଡା, ଭୁଜାଲି ଏବଂ କୋଦାଳ ବେଣ୍ଟ ଆଦି ମାରଣାସ୍ତ୍ରରେ ସେମାନଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣରେ ଦିବ୍ୟଜ୍ୟୋତିଙ୍କ ଗୋଡ଼ ଭାଙ୍ଗି ଯାଇଥିବା ବେଳେ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ସେହିପରି ଦେବେନ୍ଦ୍ରଙ୍କର ନାକ, ଓଠ ଆଦିରେ କ୍ଷତ ସୃଷ୍ଟି ହୋଇଛି। ବିଶ୍ୱରଞ୍ଜନ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଦିବ୍ୟଜ୍ୟୋତି ଓ ବିଶ୍ୱରଞ୍ଜନଙ୍କୁ ପ୍ରଥମେ ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ଉଭୟଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି। ଅନ୍ୟପଟେ ଅଭିଯୁକ୍ତମାନେ ଦେବେନ୍ଦ୍ରଙ୍କ ଘର ଆଗରେ ଗାଳିଗୁଲଜ କରିବା ସହ ଘରର ୪ ଜଣ ମହିଳା ଓ ଯୁବତୀଙ୍କୁ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri