ପୂର୍ବ ଶତ୍ରୁତା: ଯୁବକଙ୍କୁ ଗୋଡ଼େଇ ହାଣିଲେ; ଜଣଙ୍କୁ କାବୁକଲେ ସ୍ଥାନୀୟ ଲୋକେ

ଭୁବନେଶ୍ୱର, ୧୬।୨(ବ୍ୟୁରୋ): ଶହୀଦନଗର ଥାନା ୟୁନିଟ୍‌-୯ ଗ୍ରୀଡ୍‌କୋ କଲୋନୀରେ ଜଣେ ଯୁବକଙ୍କୁ ୩୦ରୁ ଊର୍ଦ୍ଧ୍ୱ ଯୁବକ ଗୋଡ଼େଇ ଗୋଡ଼େଇ ହାଣିଛନ୍ତି। ସେମାନେ ଖଣ୍ଡା, ଭୁଜାଲି, ଲୁହାରଡ଼୍‌ରେ ଯୁବକଙ୍କୁ ଆକ୍ରମଣ କରିଛନ୍ତି। ଏଥିରେ ଯୁବକ ଜଣକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଡିସିପି ଅଫିସ୍‌ ପଛପଟ ଏକ ଫ୍ଲାଟରେ ରହୁଥିବା ବି.ଆର୍‌. ଆକାଶ ଡୋରା(୨୨)। ତାଙ୍କର ଦୁଇ ହାତ ଓ ଗୋଡ଼ରେ ଗଭୀର କ୍ଷତ ହୋଇଛି। ତାଙ୍କୁ ସ୍ଥାନୀୟ ଲୋକେ ଓ ପୋଲିସ ଉଦ୍ଧାରକରି ଶହୀଦନଗରରେ ଥିବା ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ପରେ ତାଙ୍କୁ ନୟାପଲ୍ଲୀସ୍ଥିତ ଅନ୍ୟ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଥାନାରେ ଅଭିଯୋଗ ହୋଇ ନ ଥିବା ବେଳେ ପୋଲିସ ଘଟଣାର ତଦନ୍ତ କରୁଛି। ଆକାଶଙ୍କୁ ଆକ୍ରମଣ ସମୟରେ ସ୍ଥାନୀୟ ଲୋକେ ଦୌଡ଼ି ଆସିବାରୁ ଆକ୍ରମଣକାରୀମାନେ ଗୋଟିଏ ବାଇକ ଛାଡ଼ି ଫେରାର ହୋଇଯାଇଛନ୍ତି। ହେଲେ ଜଣ ଯୁବକଙ୍କୁ ସ୍ଥାନୀୟ ଲୋକେ କାବୁକରି ପିଟିବା ସହ ପୋଲିସ ଜିମା ଦେଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ୟୁନିଟ-୯ର କେତେଜଣ ପିଲାଙ୍କ ସହ ଆକାଶ ୩ ମାସ ତଳେ ଶହୀଦନଗର ଦେଇ ଯାଉଥିବା ବେଳେ ବାଣୀବିହାର କ୍ୟାମ୍ପସରେ ରହୁଥିବା ଅନ୍ୟ ଏକ ଗୋଷ୍ଠୀଙ୍କ ସହ ପାଟିତୁଣ୍ଡ ହୋଇଥିଲା। ଏନେଇ ଥାନାରେ ଅଭିଯୋଗ ହେବା ପରେ ଆପୋସ ସମାଧାନ ହୋଇଥିଲା। ହେଲେ ପ୍ରତିଶୋଧ ନେବା ଅପେକ୍ଷାରେ ଥିଲେ ବାଣୀବିହାର ଗୋଷ୍ଠୀ। ଶନିବାର ରାତି ପ୍ରାୟ ୮ଟାରେ ଆକାଶ ଗ୍ରୀଡ୍‌କୋ କଲୋନୀ ନିକଟ ଗ୍ରାଉଣ୍ଡରେ ୪ଜଣ ସାଙ୍ଗଙ୍କ ସହ ବସିଥିଲେ। ଏହି ସମୟରେ ୩୦ ଜଣ ଯୁବକ ମୁହଁରେ କପଡ଼ା ବାନ୍ଧି ବାଇକରେ ଆସି ଆକାଶଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଆକାଶ ଜୀବନ ବଞ୍ଚାଇବା ପାଇଁ ଦୌଡ଼ିଥିଲେ ମଧ୍ୟ ସେମାନେ ତାଙ୍କୁ ଛାଡ଼ି ନ ଥିଲେ। ତାଙ୍କୁ ଗୋଡ଼େଇ ଗୋଡ଼େଇ ଆକ୍ରମଣ କରିଥିଲେ। ଆକାଶଙ୍କ ଚିତ୍କାର ଶୁଣି ଅନ୍ୟ କେତେଜଣ ସାଙ୍ଗ ଓ ସ୍ଥାନୀୟ ଲୋକେ ଆସିଯିବାରୁ ସେମାନେ ସେଠାରୁ ପଳାଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri