ପୂର୍ବ ଶତ୍ରୁତା: ଯୁବକଙ୍କୁ ଗୋଡ଼େଇ ହାଣିଲେ; ଜଣଙ୍କୁ କାବୁକଲେ ସ୍ଥାନୀୟ ଲୋକେ

ଭୁବନେଶ୍ୱର, ୧୬।୨(ବ୍ୟୁରୋ): ଶହୀଦନଗର ଥାନା ୟୁନିଟ୍‌-୯ ଗ୍ରୀଡ୍‌କୋ କଲୋନୀରେ ଜଣେ ଯୁବକଙ୍କୁ ୩୦ରୁ ଊର୍ଦ୍ଧ୍ୱ ଯୁବକ ଗୋଡ଼େଇ ଗୋଡ଼େଇ ହାଣିଛନ୍ତି। ସେମାନେ ଖଣ୍ଡା, ଭୁଜାଲି, ଲୁହାରଡ଼୍‌ରେ ଯୁବକଙ୍କୁ ଆକ୍ରମଣ କରିଛନ୍ତି। ଏଥିରେ ଯୁବକ ଜଣକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଡିସିପି ଅଫିସ୍‌ ପଛପଟ ଏକ ଫ୍ଲାଟରେ ରହୁଥିବା ବି.ଆର୍‌. ଆକାଶ ଡୋରା(୨୨)। ତାଙ୍କର ଦୁଇ ହାତ ଓ ଗୋଡ଼ରେ ଗଭୀର କ୍ଷତ ହୋଇଛି। ତାଙ୍କୁ ସ୍ଥାନୀୟ ଲୋକେ ଓ ପୋଲିସ ଉଦ୍ଧାରକରି ଶହୀଦନଗରରେ ଥିବା ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ପରେ ତାଙ୍କୁ ନୟାପଲ୍ଲୀସ୍ଥିତ ଅନ୍ୟ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଥାନାରେ ଅଭିଯୋଗ ହୋଇ ନ ଥିବା ବେଳେ ପୋଲିସ ଘଟଣାର ତଦନ୍ତ କରୁଛି। ଆକାଶଙ୍କୁ ଆକ୍ରମଣ ସମୟରେ ସ୍ଥାନୀୟ ଲୋକେ ଦୌଡ଼ି ଆସିବାରୁ ଆକ୍ରମଣକାରୀମାନେ ଗୋଟିଏ ବାଇକ ଛାଡ଼ି ଫେରାର ହୋଇଯାଇଛନ୍ତି। ହେଲେ ଜଣ ଯୁବକଙ୍କୁ ସ୍ଥାନୀୟ ଲୋକେ କାବୁକରି ପିଟିବା ସହ ପୋଲିସ ଜିମା ଦେଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ୟୁନିଟ-୯ର କେତେଜଣ ପିଲାଙ୍କ ସହ ଆକାଶ ୩ ମାସ ତଳେ ଶହୀଦନଗର ଦେଇ ଯାଉଥିବା ବେଳେ ବାଣୀବିହାର କ୍ୟାମ୍ପସରେ ରହୁଥିବା ଅନ୍ୟ ଏକ ଗୋଷ୍ଠୀଙ୍କ ସହ ପାଟିତୁଣ୍ଡ ହୋଇଥିଲା। ଏନେଇ ଥାନାରେ ଅଭିଯୋଗ ହେବା ପରେ ଆପୋସ ସମାଧାନ ହୋଇଥିଲା। ହେଲେ ପ୍ରତିଶୋଧ ନେବା ଅପେକ୍ଷାରେ ଥିଲେ ବାଣୀବିହାର ଗୋଷ୍ଠୀ। ଶନିବାର ରାତି ପ୍ରାୟ ୮ଟାରେ ଆକାଶ ଗ୍ରୀଡ୍‌କୋ କଲୋନୀ ନିକଟ ଗ୍ରାଉଣ୍ଡରେ ୪ଜଣ ସାଙ୍ଗଙ୍କ ସହ ବସିଥିଲେ। ଏହି ସମୟରେ ୩୦ ଜଣ ଯୁବକ ମୁହଁରେ କପଡ଼ା ବାନ୍ଧି ବାଇକରେ ଆସି ଆକାଶଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଆକାଶ ଜୀବନ ବଞ୍ଚାଇବା ପାଇଁ ଦୌଡ଼ିଥିଲେ ମଧ୍ୟ ସେମାନେ ତାଙ୍କୁ ଛାଡ଼ି ନ ଥିଲେ। ତାଙ୍କୁ ଗୋଡ଼େଇ ଗୋଡ଼େଇ ଆକ୍ରମଣ କରିଥିଲେ। ଆକାଶଙ୍କ ଚିତ୍କାର ଶୁଣି ଅନ୍ୟ କେତେଜଣ ସାଙ୍ଗ ଓ ସ୍ଥାନୀୟ ଲୋକେ ଆସିଯିବାରୁ ସେମାନେ ସେଠାରୁ ପଳାଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri