ପୂର୍ବ ଶତ୍ରୁତା ସନ୍ଦେହ, ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ପୁରୀ ଅଫିସ, ୬ା୮:ଲୋକନାଥ ରୋଡ଼ର ଛପନ ଛକଠାରେ ମଙ୍ଗଳବାର ଅର୍ଜୁନ ନାୟକ ନାମକ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ଘଟଣା ଘଟିଥିବା ପୋଲିସ ଅନୁମାନ କରୁଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଅର୍ଜୁନଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ପୂର୍ବାହ୍ନରେ ଛପନ ଛକରେ ଅର୍ଜୁନ(୪୫) ଠିଆ ହୋଇଥିଲେ। ଏହି ସମୟରେ ୩ଜଣ ଯୁବକ କ୍ରିଷ୍ଣା, ଟୁକୁନା ଓ କୁନା ବେହେରା ଗୋଟିଏ ବାଇକ୍‌ରେ ଆସି ହଠାତ୍‌ ତାଙ୍କୁ ଆକ୍ରମଣ କରିଥିଲେ। ସେ ଜୀବନ ବଞ୍ଚାଇବାକୁ ଦୌଡ଼ିବାରୁ ସେମାନେ ଗୋଡ଼ାଇ ଗୋଡ଼ାଇ ତାଙ୍କୁ ମାରଣାସ୍ତ୍ରରେ ହାଣିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଅର୍ଜୁନ ସେଠାରେ ପଡ଼ିଯାଇଥିଲେ। ଏହାପରେ ସେମାନେ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ପରିବାରବର୍ଗ ଅର୍ଜୁନଙ୍କୁ ଉଦ୍ଧାର କରି ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ଅର୍ଜୁନଙ୍କ ପରିବାରବର୍ଗଙ୍କ ଅଭିଯୋଗ କ୍ରମେ ବାସେଳି ଥାନା ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri