ପୃଥକ୍‌ ଦୁର୍ଘଟଣାରେ ଜଣେ ମୃତ, ଦୁଇ ଗୁରୁତର

ଦାରିଙ୍ଗବାଡ଼ି,୫।୧(ଡି.ଏନ.ଏ) -ଦାରିଙ୍ଗବାଡ଼ି ଅଞ୍ଚଳରେ ଘନକୁହୁଡି ଯୋଗୁ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଦାରିଙ୍ଗବାଡ଼ି ଥାନା କାଜୁରିପାଙ୍ଗା ଅଞ୍ଚଳର ଅନନ୍ତ ନାୟକ। ଅନନ୍ତ ପୁଅ ଯୋଶେଫଙ୍କ ସହ ଶୁକ୍ରବାର ଏକ ଲୁନା ଯୋଗେ ଦାରିଙ୍ଗବାଡ଼ି ଅଭିମୁଖେ ଆସୁଥିଲେ। ପଙ୍ଗାଲି ଗ୍ରାମ ନିକଟ ରାସ୍ତା ଉପରେ ଦୁର୍ଘଟଣାରେ ଏକ ଛେଳି ମରି ପଡିଥିଲା। ଅନନ୍ତ ଦେଖି ନ ପାରିବାରୁ ମଲା ଛେଳି ଉପରେ ଲୁନା ଚଢି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସ୍ଥାନୀୟ ଲୋକେ ଦୁହଁିଙ୍କୁ ଦାରିଙ୍ଗବାଡି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅନନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଫୁଲବାଣୀ ନେବା ବାଟରେ ମୃତ୍ୟୁ ଘଟିଥିଲା। ଶନିବାର ସନ୍ଧ୍ୟା ପ୍ରାୟ ୭ଟାରେ ୨ଟି ବାଇକ ମୁହଁାମୁହିଁ ଧକ୍କା ହୋଇଛି। ଗୋଟିଏ ବାଇକରେ ଥିବା ଦନେକବାଡ଼ି ପଞ୍ଚାୟତ ମାଣ୍ଡୁବାଡ଼ି ଗ୍ରାମର ଲକପତି ବଳିଆର ସିଂ(୬୫)ଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ତାଙ୍କ ପୁଅ ଅଜିତ ବାଇକ ଚଳାଉଥିବା ବେଳେ ସେ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଅନ୍ୟଏକ ବାଇକରେ ଥିବା ତଜଡ଼ବାଡ଼ିର ଜିତେନ୍ଦ୍ର ପ୍ରଧାନ ଏବଂ ରାଇକିଆ ଅଞ୍ଚଳର ଅଙ୍ଗଦ ପ୍ରଧାନ ସାମାନ୍ୟ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri