ପୃଥକ୍‌ ଦୁର୍ଘଟଣାରେ ୪ ମୃତ

ଢେଙ୍କାନାଳ ଅଫିସ,୨୮ା୫ଢେଙ୍କାନାଳ ସହରରେ ସୋମବାର ଦୁଇଟି ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଏକ ଟ୍ରକ୍‌ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏକ ଟିପ୍ପର ମାଡ଼ି ଯିବାରୁ ଆଉ ୨ ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ ମୋଟଙ୍ଗା ଥାନା ହିନ୍ଦୋଳରୋଡ ଫାଣ୍ଡି ଏକଘରିଆ ଗ୍ରାମର ଅମରଜ୍ୟୋତି ସ୍ବାଇଁ(୩୫), ଗଁଦିଆ ଥାନା ରାଧାଦେଈପୁର ଗ୍ରାମର ଇତିଶ୍ରୀ ରାଉତ(୨୪), ଭଗବାନପୁରର ଅଶାନ୍ତି ସାହୁ(୪୦) ଓ ଚିନା ବେହେରା(୭୨)।
ଇତିଶ୍ରୀ ସାବିତ୍ରୀ ଭାର ନେଇ ସଦର ଥାନା ସିମିନଇ ଗ୍ରାମରେ ଥିବା ତାଙ୍କ ଭଉଣୀଙ୍କ ଘରକୁ ଯାଇଥିଲେ। ସେ ଭଉଣୀ ଘରୁ ଫେରି ଅମରଜ୍ୟୋତିଙ୍କ ସହ ବାଇକରେ ଆସୁଥିଲେ। ଅପରାହ୍ନ ପ୍ରାୟ ସାଢେ ୪ଟାରେ ଢେଙ୍କାନାଳ ସହର କଣ୍ଟାନାଳୀ ବାଇପାସଠାରେ ଏକ ଟ୍ରକ୍‌ ଉଭୟଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ଅମରଜ୍ୟୋତିଙ୍କ ମୃତ୍ୟୁ ଘଟିଥିଲା। ଇତିଶ୍ରୀଙ୍କୁ ଗୁରୁତର ଅବସ୍ଥାରେ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ସ୍ଥାନାନ୍ତର କରାଯାଉଥିବାବେଳେ ତାଙ୍କର ମୃତ୍ୟୁ ହୋଇଥିଲା। ଖବରପାଇ ପୋଲିସ ଘଟଣାସ୍ଥଳ ଓ ଚିକିତ୍ସାଳୟରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଟ୍ରକ୍‌କୁ ଜବତ କରିଛି। ଚାଳକ ଫେରାର ହୋଇଯାଇଥିବା ପୋଲିସ ସୂତ୍ରରୁ ପ୍ରକାଶ।
ସେହିପରି ସନ୍ଧ୍ୟା ସାଢେ ୬ଟାରେ ପୌରାଞ୍ଚଳର ଭଗବାନପୁରଠାରେ ଚିନା ଚରିବାକୁ ଯାଇଥିବା ତାଙ୍କ ଗାଈକୁ ଆଣିବାକୁ ଯାଇଥିଲେ। ସେଠାରେ ଅଶାନ୍ତିଙ୍କ ଘରେ କଥାବର୍ତ୍ତା ହେଉଥିବାବେଳେ ଏକ ବାଲି ବୋଝେଇ ଟିପ୍ପର ଉଭୟଙ୍କୁ ଧକ୍କାଦେଇ ଅଶାନ୍ତିଙ୍କ ଘରେ ପଶିଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଚିନା ଏବଂ ଅଶାନ୍ତିଙ୍କ ମୃତ୍ୟୁ ଘଟିଥିଲା । ଟ୍ରକ୍‌ଟି ଘର ଭିତରେ ପଶି ଯିବାରୁ ଘର ଓ କାନ୍ଥ ଭାଙ୍ଗିରୁଜି ଯାଇଛି। ଏହାର ପ୍ରତିବାଦରେ ଅଞ୍ଚଳବାସୀ ଭଗବାନପୁରଠାରେ ଟାୟାର ଜାଳି ଢେଙ୍କାନାଳ-କପିଳାସ ରାସ୍ତାକୁ ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ସଂଖ୍ୟାରେ ଯାନବାହନ ଅଟକି ରହିଥିଲା। ଖବରପାଇ ସଦର ତହସିଲଦାର ଉଦୟନାଥ ମହାପାତ୍ର, ଟାଉନ ଥାନା ଅଧିକାରୀ ଅଭିନବ ଡାଳୁଆ ପୋଲିସ ସହ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଅଞ୍ଚଳବାସୀଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିବା ଜଣାପଡିଛି। ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ପୋଲିସ ଜବତ କରିଥିବା ବେଳେ ଚାଳକ ଫେରାର ଥିବା ଜଣାପଡିଛି। ମୃତଦେହ ଦୁଇଟିକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଭଗବାନପୁର ଘଟଣାରେ ଉଭୟ ମୃତକଙ୍କ ପରିବାରକୁ ରେଡକ୍ରସ ପକ୍ଷରୁ ସହାୟତା ପ୍ରଦାନ କରାଯାଇଥିବା ତହସିଲଦାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri