ପୃଥକ୍‌ ସଡ଼କ ଦୁର୍ଘଟଣା: ୨ ମୃତ

ଭୁବନେଶ୍ୱର, ୪।୧(ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ପୃଥକ୍‌ ପୃଥକ୍‌ ସ୍ଥାନରେ ସଡ଼କ ଦୁର୍ଘଟଣା ଘଟି ଦୁଇଜଣଙ୍କର ଜୀବନ ଯାଇଛି। ଗୋଟିଏ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ହାଇଟେକ୍‌ ଛକରେ ଏବଂ ଅନ୍ୟଟି ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ନାଲ୍‌କୋ ଛକରେ ଘଟିଛି। ହାଇଟେକ ଛକରେ ଏକ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ବୁଢାପଙ୍କ ଗ୍ରାମର କାଳିଆ ଓରଫ ଦେବାଶିଷ ପ୍ରଧାନ (୨୩)। ସେହିପରି ନାଲ୍‌କୋ ଛକରେ ଯାତ୍ରୀବାହୀ ବସ୍‌ ଧକ୍କାରେ ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ରାଧାକୃଷ୍ଣ ଲେନ ବସ୍ତିର ଫୁଲ ବିନ୍ଧାଣୀ (୪୫)ଙ୍କ ମୃତ୍ୟୁ ଘଟିଛି। ଉକ୍ତ ୨ଟି ସ୍ଥାନରେ ଦୁର୍ଘଟଣା ଯୋଗୁ କିିଛି ସମୟ ଟ୍ରାଫିକ ଜାମ୍‌ ହେବା ସହ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଯାତାୟାତ ସ୍ବାଭାବିକ କରିଥିଲା।
ସୂଚନାନୁଯାୟୀ, ଅପରାହ୍ନରେ ଫୁଲ ନାଲ୍‌କୋ ଅଫିସ ପାର୍ଶ୍ୱରୁ ଅପରପଟକୁ ଚାଲିଚାଲି ଯାଉଥିଲେ। ଏହି ସମୟରେ ପ୍ରେସ୍‌ ଛକ ପଟୁ ଯାଉଥିବା ‘ଶିବଶଙ୍କର’ ନାମକ ଘରୋଇ ବସ୍‌ (ନଂ. ଓଆର୍‌ ୦୫-ଏଡବ୍ଲ୍ୟୁ ୧୧୬୧) ଟ୍ରାଫିକ ଛକରେ ତାଙ୍କୁ ଧକ୍କା ଦେବା ସହ ମୁଣ୍ଡ ଉପରେ ଚଢ଼ିଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଦୁର୍ଘଟଣା ପରେ ବସ୍‌ଟି ରାସ୍ତା ମଝିରେ ଅଟକି ରହିବାରୁ ସେଠାରେ ଟ୍ରାଫିକ ଜାମ୍‌ ହୋଇଥିଲା। ଏହାର ସୁଯୋଗ ନେଇ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଥିଲେ। ଦୁର୍ଘଟଣା ପରେ ସେଠାରେ ଚାପା ଉତ୍ତେଜନା ଦେଖାଦେବା ସହ କ୍ଷତିପୂରଣ ଦାବିରେ ଲୋକେ ରାସ୍ତାରୋକୋ କରିଥିଲେ। ଖବର ପାଇ କମିଶନରେଟ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ପୋଲିସ ବସ୍‌ ଜବତ କରି ଥାନାକୁ ନେବା ସହ ପରେ ତଦନ୍ତ କରି ଡ୍ରାଇଭରଙ୍କୁ ଅଟକ ରଖିଥିବା ସୂଚନା ମିଳିଛି।
ସେହିପରି ଅନ୍ୟ ଏକ ଘଟଣାରେ ଅପରାହ୍ନରେ ହାଇଟେକ ଛକ ରାସ୍ତା ଦେଇ ବାଇକ (ନଂ. ଓଡିି ୧୯ବି ୩୨୪୬) ଯୋଗେ ବଅଁରପାଳର ଦେବାଶିଷ କଟକ ଫେରୁଥିଲେ। ଏହି ସମୟରେ ତାଙ୍କୁ ପଛପଟୁ ଏକ ଟ୍ରକ (ନଂ. ଓଡି ୦୪ ଏଲ୍‌ ୦୯୯୦) ଧକ୍କା ଦେଇଥିଲା। ସେଠାରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ଘଟାଇ ଟ୍ରକ ଚାଳକ ଖସି ପଳାଇବାକୁ ଉଦ୍ୟମ କରୁଥିଲେ। ତେବେ ସ୍ଥାନୀୟ ଲୋକେ ଗାଡ଼ି ଅଟକାଇ ତାଙ୍କୁ ମାଡ଼ ମାରିବା ପରେ ପୋଲିସ ଜିମା ଦେଇଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି କ୍ୟାପିଟାଲ ହସ୍ପିଟାଲକୁ ପଠାଇବା ସହ ଟ୍ରକକୁ ଜବତ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri