ପୃଥକ ବିଦ୍ୟୁତ୍‌ ଦୁର୍ଘଟଣା: ଲାଇନ୍‌ମ୍ୟାନ୍‌ ମୃତ, ଶ୍ରମିକ ଗୁରୁତର

ନୟାଗଡ଼ ଅଫିସ,୧୬ା୭-ନୟାଗଡରେ ସୋମବାର ପୃଥକ ସ୍ଥାନରେ ବିଦ୍ୟୁତ୍‌ ଦୁର୍ଘଟଣାରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ନୟାଗଡ଼ ପୁରୁଣା ସହରର ଜଣେ ଲାଇନ୍‌ମ୍ୟାନ୍‌ଙ୍କ ମୃତ୍ୟୁ ଘଟିଥିବାବେଳେ ଶରଣକୁଳ ଥାନା ଗୋଡ଼ିପଡ଼ା ଧୁସୁମା ଗ୍ରାମର ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି। ମୃତ ଲାଇନ୍‌ମ୍ୟାନ ହେଲେ ପ୍ରଭାତ କୁମାର ଦାସ(୪୦)। ଗୁରୁତର ଶ୍ରମିକ ହେଲେ ଶରତ ଜେନା।
ପ୍ରକାଶ ଯେ, ପ୍ରଭାତ ସେସୁ ଅନ୍ତର୍ଗତ ମହିପୁର ବିଦ୍ୟୁତ ସେକ୍ସନରେ ଲାଇନ୍‌ମ୍ୟାନ ଭାବେ କାର୍ଯ୍ୟ କରୁଥିଲେ। ସୋମବାର ଅପରାହ୍ନରେ ପ୍ରଭାତ ନୂଆଗାଁ ବ୍ଳକ ଗାତେରୀ ଗ୍ରାମ ନିକଟରେ ୧୧ କେଭି ବିଦ୍ୟୁତ୍‌ ତାର ଟାଣୁଥିଲେ। ଏହି ସମୟରେ ବିଦ୍ୟୁତ୍‌ ସଂଯୋଗ ହେବାରୁ ସେ ତଳେ ପଡ଼ି ଯାଇ ଗୁରୁତର ହୋଇଥିଲେ। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ସେଠାରେ ଡ଼ାକ୍ତର ପ୍ରଭାତଙ୍କୁ ମୃତ ଘୋଷଣା କରିଥିଲେ। ରାତି ହୋଇ ଯାଇଥିବାରୁ ଡାକ୍ତରଖାନା ପକ୍ଷରୁ ଶବ ବ୍ୟବଚ୍ଛେଦ ପାଇଁ ମନା କରାଯାଇଥିବାବେଳେ ବ୍ୟବଚ୍ଛେଦ ପାଇଁ ଲୋକେ ଜିଦ୍‌ ଧରିଥିଲେ। ଏ ନେଇ ରାତି ୧୦ଟା ସୁଦ୍ଧା ରିପୋର୍ଟ ଲେଖା ହେବା ଯାଏଁ ଛକାପଞ୍ଝା ଲାଗି ରହିଛି।
ଶରଣକୁଳ ଥାନା ଗୋଡ଼ିପଡ଼ା ଧୁସୁମା ଗ୍ରାମର ଶରତ ଜେନା ଜଣେ ବିଦ୍ୟୁତ ଠିକାଦାରଙ୍କ ପାଖରେ ଶ୍ରମିକ ଭାବେ କାମ କରନ୍ତି। ସୋମବାର ତାଙ୍କ ଗ୍ରାମରେ ପଞ୍ଚାୟତ ତରଫରୁ ସମସ୍ତ ବିଦ୍ୟତ ଖୁଣ୍ଟିରେ ଏଲଇଡ଼ି ବଲବ୍‌ ଲଗାଇବା କାର୍ଯ୍ୟ ହେଉଥିଲା। ସେ ଏକ ଖୁଣ୍ଟିରେ ଚଢ଼ି ବଲବ୍‌ ଲଗାଉଥିଲେ,ଏହି ସମୟରେ କେହି ଜଣେ ବିଦ୍ୟୁତ୍‌ ସଂଯୋଗ କରି ଦେଇଥିଲା। ଫଳରେ ଶରତ ବିଦ୍ୟୁତ୍‌ ଆଘାତ ପାଇ ତଳେ ପଡ଼ି ଯାଇଥିଲେ। ସେଠାରୁ ଲୋକମାନେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଶରତଙ୍କ ଶରୀରର ପ୍ରାୟ ୫୦ ପ୍ରତିଶତ ପୋଡ଼ି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

୧୩ ବଖରା ଭସ୍ମୀଭୂତ

ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ...

ଚନ୍ଦନ ପୋଖରୀରେ ପଦ୍ମ,କଇଁ ଫୁଟିବ

ଖଣ୍ଡପଡ଼ା,୨୧ା୪(ଅଜୟ କୁମାର ମହାରଣା)ନୀଳମାଧବ ଜୀଉଙ୍କ ଚନ୍ଦନ ପୋଖରୀର ନବୀକରଣ କାର୍ଯ୍ୟ ସହ ପଙ୍କ ଉଦ୍ଧାର କାମ ସରିଛି। କାମ ସରିବା ପରେ ପାଣି ଭରି ଦିଆଯାଇଛି।...

ଆଚରଣ ବିଧି ସମୟରେ ଚାଲିଛି ନିଯୁକ୍ତି

ନୟାଗଡ଼,୨୧।୪(ଲୋକନାଥ ମିଶ୍ର)ନିର୍ବାଚନ ଆଚରଣ ବିଧି ଲାଗୁ ପରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସରଳୟ(ଡିଏଚ୍‌ଏଚ୍‌)ରେ ନିଯୁକ୍ତି ହେଉଥିବା ଅଭିଯୋଗ ହୋଇଛି। ପୁଣି ଜିଲାପାଳଙ୍କ ଅଧ୍ୟକ୍ଷତାରେ ବଦଳି କମିଟି...

ସରକାରୀ କଟକଣା ମାନୁନାହାନ୍ତି ଅଧିକାରୀ

ଓଡ଼ଗାଁ,୨୧ା୪ (ଆଦର୍ଶ କୁମାର ପଟ୍ଟନାୟକ)ସକାଳ ୮ଟାରୁ ପ୍ରଚଣ୍ତ ଖରାରେ ସିଝୁଛି ସାରା ଓଡ଼ିଶା। ଏଥିରୁ ନୟାଗଡ଼ ଜିଲା ଓଡ଼ଗାଁ ବାଦ ଯାଇନି। ଏପଟେ ରାଜ୍ୟ ସରକାର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପ୍ରାର୍ଥୀ ଚୟନରେ ବିଳମ୍ବ, ଫାଇଦା ଉଠାଉଛି ଭାଜପା

ନୟାଗଡ଼/ଭାପୁର,୧୮।୪(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ନୟାଗଡ଼ ଜିଲାର ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରିନି। ଏଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଦେଉ ନ ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri