Posted inଜାତୀୟ

ପୃଥକ ଭାବେ ରାଜ୍ୟପାଳଙ୍କୁ ସାକ୍ଷାତ୍‌ କରିପାରନ୍ତି ଭାଜପା-ଶିବସେନା

ମୁମ୍ବାଇ,୨୮।୧୦: ମହାରାଷ୍ଟ୍ରରେ ନୂଆ ସରକାର ଗଠନକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ଅଙ୍କ କଷା ଛିଡିପାରୁ ନାହିଁ। ଉଭୟଙ୍କ ମଧ୍ୟରେ ମେଣ୍ଟ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ପଦକୁ ନେଇ କୌଣସି କଥା ସ୍ପଷ୍ଟ ହୋଇ ପାରୁନାହିଁ। ଏହି ଅନିଶ୍ଚିତତା ମଧ୍ୟରେ ଶିବସେନା ଓ ଭାଜପା ପୃଥକ ଭାବେ ସୋମବାର ରାଜ୍ୟପାଳଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି। ତେବେ ଉଭୟ ଦଳ ଏହା ଏକ େଔପଚାରିକ ସାକ୍ଷାତକାର କହୁଥିବା ବେଳେ ଏହାପରେ କିଛି ରାଜନୈତିକ ନିସ୍କର୍ଷ ବାହାରିପାରେ ବୋଲି ଚର୍ଚ୍ଚା ହେଉଛି। ଅନ୍ୟପଟେ ଦୀପାବଳି ପୂର୍ବରୁ ଶିବସେନାର ଏକ ପ୍ରକାର ଶକ୍ତି ବୃଦ୍ଧି ହୋଇଛି ବୋଲି କୁହାଯାଉଛି। କାରଣ ପ୍ରହାର ଜନଶକ୍ତି ପାର୍ଟିର ୨ ବିଧାୟକ ଶିବସେନାକୁ ସମର୍ଥନ ଦେଇଛନ୍ତି। ଆଉ ଶିବସେନା ୫୦-୫୦ ଅଙ୍କକୁ ନେଇ ଅଡି ବସିଥିବା ବେଳେ ସେପଟେ ଭାଜପା ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ କହିଥିଲେ ଦୀପାବଳି ପରେ ଏହା ଉପରେ ଆଲୋଚନା କରାଯିବ। ଏବେ ଦୀପାବଳି ସରିଯାଇଥିବାରୁ ମହାରାଷ୍ଟ୍ରର ନୂଆ ସରକାର ଗଠନ ଉପରେ ଏବେ ସମସ୍ତଙ୍କର ନଜର।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri