ପୃଥିବୀଠାରୁ ବଡ଼ ଗ୍ରହର ମିଳିଲା ସନ୍ଧାନ: ମାତ୍ର ୩୭ ଦିନରେ ହେଉଛି ଏକ ବର୍ଷ

ଓ୍ବାଶିଂଟନ୍‌, ୯।୧: ପୃଥିବୀଠାରୁ ଏକ ବଡ଼ ଗ୍ରହର ସନ୍ଧାନ ମିଳିଛି। ଏଲିଅନ୍‌ଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରୁଥିବା ସ୍ପେସକ୍ରାଫ୍ଟର ଟେଲିସ୍କୋପ୍‌ ଦ୍ୱାରା ଏହି ଗ୍ରହର ଉପସ୍ଥିତି ବିଷୟରେ ଜଣାପଡ଼ିଛି। ଏହା ପୃଥିବୀଠାରୁ ଶହେ ଆଲୋକ ବର୍ଷ ଦୂରରେ ରହିଛି। ଗ୍ରହର ଆକାର ପୃଥିବୀର ଆକାର ତୁଳନାରେ ୨୦ ପ୍ରତିଶତ ଅଧିକ ବୋଲି ନାସା ପକ୍ଷରୁ ସୂଚନା ଦିଆଯାଇଛି। ଏହି ଗ୍ରହକୁ ଟିଓଆଇ-୭୦୦-ଡି ଭାବେ ନାମ କରଣ କରାଯାଇଛି। ଏହା ବାସଯୋଗ୍ୟ ବୋଲି ନାସାର କିଛି ମହାକାଶ ବିଜ୍ଞାନୀ ମତପୋଷଣ କରିଛନ୍ତି। ଏଠାରେ ଜଳ ରହିଥିବା କୁହାଯାଉଛି। ଗ୍ରହର ନିଜର ଏକ ସୂର୍ଯ୍ୟ ରହିଛି। ଏହା ଚାରିପଟେ ଘୂରିବା ଲାଗି ଗ୍ରହଟି ମାତ୍ର ୩୭ ଦିନ ନେଉଛି। ଅର୍ଥାତ୍‌ ଏଠାରେ ୩୭ ଦିନରେ ଗୋଟିଏ ବର୍ଷ ହେଉଛି। ପୃଥିବୀର ସୌରମଣ୍ଡଳରେ ଥିବା ସୂର୍ଯ୍ୟ ତୁଳନାରେ ଟିଓଆଇ-୭୦୦-ଡିର ସୂର୍ଯ୍ୟ କମ୍‌ ପରିମାଣର ଶକ୍ତି ପ୍ରଦାନ କରୁଛି। ଏଠାରେ କମ୍‌ ଗରମ ଅନୁଭୁତ ହେଉଥିବା ମହାକାଶ ବିଜ୍ଞାନୀ କହିଛନ୍ତି। ଏଠାରେ ବାସ ଉପଯୋଗୀ ଟିଓଆଇ-୭୦୦-ବି ଏବଂ ଟିଓଆଇ-୭୦୦-ସି ଗ୍ରହ ମଧ୍ୟ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri