ପୃଥିବୀରେ ୩୦ ହଜାର ୮୭୩ ଲୋକଙ୍କ ଜୀବନ ନେଲାଣି କରୋନା: ୬ ଲକ୍ଷ ୬୩ ହଜାର ୫୪୧ ସଂକ୍ରମିତ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୯।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ଲୋକଙ୍କ ମୃତ୍ୟୁ ଘଟି ଚାଲିଛି। ଫଳରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ବହୁ ଦେଶର ସରକାର ସଂକ୍ରମଣ ରୋକିବା ଲାଗି ଲକ୍‌ଡାଉନ୍‌ ଜାରି କରିଛନ୍ତି। ତେବେ କମ୍ୟୁନିଟି ସଂକ୍ରମଣ ଯୋଗୁ ବହୁ ଦେଶରେ କରୋନା ସଂକ୍ରମଣ ରୋକିବା ଅସମ୍ଭବ ହୋଇପଡ଼ିଛି। ଇତିମଧ୍ୟରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ୩୦ ହଜାର ୮୭୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ରବିବାର ସୁଦ୍ଧା ସାରା ପୃଥିବୀରେ ୬ ଲକ୍ଷ ୬୩ ହଜାର ୫୪୧ ଜଣ ସଂକ୍ରମିତ ହୋଇଛନ୍ତି। ଇତିମଧ୍ୟରେ ଏକ ଲକ୍ଷ ୪୨ ହଜାର୧୭୫ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୟୁରୋପରେ ମୃତ୍ୟୁ ସଂଖ୍ୟା ୨୦ ହଜାର ଟପିଥିବାବେଳେ ଆମେରିକାରେ ମୃତକଙ୍କ ସଂଖ୍ୟା ୨୨୨୧ ରହିଛି। ଆମେରିକାରେ ୨୩ ହଜାରରୁ ଅଧିକ କରୋନା ସଂକ୍ରମିତ ରହିଛନ୍ତି। ଅପରପକ୍ଷରେ ନ୍ୟୁୟର୍କରେ ୭୮୨ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୫୩ ହଜାରରୁ ଅଧିକ ସଂକ୍ରମିତ ହୋଇଛନ୍ତି। ସେହିପରି କାନାଡ଼ାରେ ୬୦ ଜଣଙ୍କ ମୃତ୍ୟୁ କରୋନା ସଂକ୍ରମଣ ଯୋଗୁ ଘଟିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୫,୬୫୫ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri