ପୃଥିବୀରେ ୮୦ କୋଟି ଭୋକିଲା: ୟୁନିସେଫ୍‌ ରିପୋର୍ଟ

ଜେନେଭା,୧୫।୧୦: ପ୍ରତିବର୍ଷ ଅକ୍ଟୋବର ୧୬ରେ ବିଶ୍ୱ ଖାଦ୍ୟ ଦିବସ ପାଳନ କରାଯାଇଥାଏ। ସମସ୍ତଙ୍କ ପାଖରେ ଖାଦ୍ୟ ପହଞ୍ଚାଇବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଇତିମଧ୍ୟରେ ୟୁନିସେଫ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେନରିଟା ଫୋରେଙ୍କ ଦ୍ୱାରା  ‘ଷ୍ଟେଟ୍‌ ଅଫ୍‌ ଦି ଓ୍ବାଲ୍ଡ୍‌ ଚିଲଡ୍ରେନ୍‌’ ଶୀର୍ଷକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ପୃଥିବୀରେ ୮୦ କୋଟି ଲୋକ ଖାଦ୍ୟ ଅଭାବରୁ ପ୍ରତିଦିନ ଭୋକିଲା ରହିବାକୁ ବାଧ୍ୟ ହେଉଛନ୍ତି। ସେମାନଙ୍କୁ ଦିନକୁ ଦୁଇବେଳା ଖାଦ୍ୟ ମିଳିବା କଷ୍ଟକର ହୋଇପଡୁଛି। ସେହିପରି ୫ ବର୍ଷରୁ କମ୍‌ ବୟସ୍କ ମୋଟ ୭୦ କୋଟି ଶିଶୁଙ୍କ ମଧ୍ୟରୁ ଏକ ତୃତୀୟାଶଂ କୁପୋଷଣ ଯୋଗୁ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାରେ ପଡୁଥିବା ରିପୋର୍ଟରେ ପ୍ରକାଶ ପାଇଛି। ୧୯୯୯ରେ ପୃଥିବୀର ୫ ବର୍ଷରୁ କମ୍‌ ବୟସ୍କ ଶିଶୁଙ୍କ ମଧ୍ୟରୁ ପ୍ରାୟ ୫୦ ପ୍ରତିଶତ କୁପୋଷଣର ଶିକାର ହୋଇଥିବାବେଳେ ୨୦୧୫ ବେଳକୁ ସ୍ଥିତିରେ ସୁଧାର ହୋଇଥିବା ରିପୋର୍ଟରେ କୁହାଯାଇଛି। ସମ୍ପ୍ରତି ୧୪ କୋଟି ୯୦ ଲକ୍ଷ ୪ ବର୍ଷରୁ କମ୍‌ ବୟସ୍କ ଶିଶୁଙ୍କ ଶାରୀରିକ ବିକାଶ ବୟସ ଅନୁପାତରେ ଠିକ୍‌ ଭାବେ ହୋଇ ପାରି ନାହିଁ। ବିଭିନ୍ନ ଦେଶରେ ଲାଗି ରହିଥିବା ଗୃହଯୁଦ୍ଧ, ଆତଙ୍କବାଦୀ ଆକ୍ରମଣ, ସାମ୍ପ୍ରଦାୟିକ ହିଂସା ଯୋଗୁ ଲୋକେ ହନ୍ତସନ୍ତ ହେଉଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri