ପୃଥିବୀର ୧୦ ସହରରେ ଜଳ ସଙ୍କଟ: ଆଗାମୀ ଦିନରେ ନିତି ଗାଧୋଇବା ହେବ ଅସମ୍ଭବ; ତାଲିକାରେ ଭାରତର ବେଙ୍ଗାଲୁରୁ

ଓ୍ବାଶିଂଟନ/ନୂଆଦିଲ୍ଲୀ,୩୦।୭: ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀର ୧୦ଟି ସହରରେ ଜଳ ସଙ୍କଟ ଦେଖାଦେଇଛି। ଏହାର ଶୀଘ୍ର ନିରାକରଣ କରା ନ ଗଲେ ପରିସ୍ଥିତି ଅଣାୟତ ହେବ ବୋଲି ଜାତିସଂଘ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ପ୍ରକାଶ ପାଇଛି। ପୃଥିବୀର ୧୦ଟି ସହରରେ ଆଗାମୀ ଦିନରେ ପିଇବା ପାଣିର ଘୋର ଅଭାବ ଘଟିବ। ସେସବୁ ସହର ତାଲିକାର ୯ମ ସ୍ଥାନରେ ଭାରତର ବେଙ୍ଗାଲୁରୁ ରହିଛି। ତାଲିକାର ପ୍ରଥମ ସ୍ଥାନରେ ଦକ୍ଷିଣ ଆଫ୍ରିକାର କେପ୍‌ ଟାଉନ୍‌ ରହିଛି। ସେହିପରି ଦ୍ୱିତୀୟ ସ୍ଥାନରେ ମେକ୍ସିକୋର ମେକ୍ସିକୋ ସହର, ତୃତୀୟରେ ମିଶରର କାହିରା ଏବଂ ଚତୁର୍ଥରେ ଜାପାନର ଟୋକିଓ ସହର ରହିଛି। ୨୦୨୫ ସୁଦ୍ଧା ପୃଥିବୀର ଶହେ ୮୦ କୋଟି ଜନସଂଖ୍ୟା ଜଳ ସଙ୍କଟରେ ପ୍ରଭାବିତ ହେବାର ଯଥେଷ୍ଟ ଆଶଙ୍କା ଥିବା ଏହି ରିପୋର୍ଟରେ ଦର୍ଶାଯାଇଛି। ଭାରତର ବେଙ୍ଗାଲୁରୁ, ଚେନ୍ନାଇ, କୋଲକାତା ଆଦି ସହରରେ ବର୍ଷସାରା ଜଳ ସଙ୍କଟ ଦୃଷ୍ଟି ଗୋଚର ହୋଇଥାଏ। ଏଭଳି ସ୍ଥିିତିର ମୁକାବିଲା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ ଉପରେ ରିପୋର୍ଟରେ ଗୁରୁତ୍ୱାରୋପ କରାଯାଇଛି। ଏଭଳି ସ୍ଥିିତି ଲାଗି ରହିଲେ ହୁଏତ ଆଗାମୀ ଦିନରେ ନିତି ଗାଧୋଇବା ଅସମ୍ଭବ ହେବ ବୋଲି ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?