ପୃଥିବୀ ଉପରେ ମାଡ଼ି ଆସୁଛି ବିପଦ: ୮୦ ବର୍ଷ ମଧ୍ୟରେ ସମୁଦ୍ର ଜଳସ୍ତର ୧ ମିଟରରୁ ଅଧିକ ହେବ ବୃଦ୍ଧି, ବୁଡ଼ିଯିବ ବହୁ ଉପକୂଳ ଅଞ୍ଚଳ

ଓ୍ବାଶିଂଟନ,୧୧।୫: ବିଶ୍ୱତାପନ ଯୋଗୁ ଜଳବାୟୁ ପରିବର୍ତ୍ତନ ହେବା ସହିତ ପୃଥିବୀର ବାୟୁମଣ୍ଡଳର ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଏହାଯୋଗୁ ଆସନ୍ତା ୮୦ ବର୍ଷ ମଧ୍ୟରେ ୨୧୦୦ ବେଳକୁ ବାୟୁମଣ୍ଡଳର ତାପମାତ୍ରା ୩.୫ ଡିଗ୍ରୀ ସେଲସିୟସ୍‌ ବଢ଼ିବାର ଆଶଙ୍କା ଦେଖାଦେଇଛି। ଏପରି ହେଲେ ମେରୁ ଅଞ୍ଚଳରେ ଥିବା ହିମଖଣ୍ଡ ତରଳିବା ପ୍ରକ୍ରିୟା ତ୍ୱରାନ୍ବିତ ହେବ। ଫଳରେ ସମୁଦ୍ରର ଜଳସ୍ତର ୧.୩ ମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇବ। ସମୁଦ୍ରର ଜଳସ୍ତର ବଢ଼ିଲେ ବହୁ ଉପକୂଳ ଅଞ୍ଚଳ ସମୁଦ୍ରରେ ବୁଡ଼ିଯିବ। ଉପକୂଳ ଅଞ୍ଚଳ ସଙ୍କୁଚିତ ହେବାରୁ ୭୭ କୋଟିରୁ ଅଧିକ ଲୋକ ନିଜର ବାସସ୍ଥାନ ହରାଇବେ ବୋଲି ପରିବେଶ ବିଜ୍ଞାନୀ ସତର୍କ ସୂଚନା ଦେଇଛନ୍ତି। ଏନେଇ କ୍ଲାଇମେଟ୍‌ ଆଟମସ୍‌ପିୟରିକ୍‌ ସାଇନ୍ସ୍‌ ପତ୍ରିକାରେ ରିପୋର୍ଟ ପ୍ରକାଶ ପାଇଛି। ଏଭଳି ଧାରା ଜାରି ରହିଲେ ୨୩୦୦ ସୁଦ୍ଧା ସମୁଦ୍ର ଜଳସ୍ତର ୫.୬ ମିଟର ପର୍ଯ୍ୟନ୍ତ ବଢ଼ିଯିବ ବୋଲି ୧୦୦ରୁ ଅଧିକ ପରିବେଶ ବୈଜ୍ଞାନୀ ମତପୋଷଣ କରିଛନ୍ତି। ୨୧୦୦ ମଧ୍ୟରେ ସମୁଦ୍ର ଜଳସ୍ତର ୦.୬ରୁ ୧.୩ ମିଟର ପର୍ଯ୍ୟନ୍ତ ବଢ଼ିବାର ଆଶଙ୍କା ରହିଛି। ସେହିପରି ପରବର୍ତ୍ତୀ ୨୦୦ବର୍ଷ ମଧ୍ୟରେ ଏହା ୧.୭ରୁ ୫.୬ ମିଟର ବଢ଼ିବ ବୋଲି ଅନୁମାନ କରାଯାଉଛି। ୧୯୯୨ରୁ ୨୦୦୧୭ ମଧ୍ୟରେ ମେରୁ ଅଞ୍ଚଳରୁ ୬୪୦ ହଜାର କୋଟି ଟନ୍‌ ଓଜନର ହିମଖଣ୍ଡ ତରଳି ଥିବା ଗବେଷକ କହିଛନ୍ତି। ଏହାଯୋଗୁ ଗତ ୧୦ ବର୍ଷ ମଧ୍ୟରେ ସମୁଦ୍ର ଜଳସ୍ତର ପ୍ରତିବର୍ଷ ୪ ମିଲିମିଟର ବୃଦ୍ଧି ପାଇବାରେ ଲାଗିଛି। ଏଥି ଲାଗି ପୃଥିବୀ ଉପରେ ଆଗାମୀ ଦିନରେ ବଡ଼ ବିପଦ ମାଡ଼ି ଆସୁଥିବା ପରିବେଶ ବିଜ୍ଞାନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ଅଶ୍ବିନଙ୍କ ବଡ଼ ଖୁଲାସା; CSK ହେଡ୍ କୋଚ୍ ହେବାକୁ ଏହି ଖେଳାଳିଙ୍କୁ ମିଳିଥିଲା ଅଫର, ହେଲେ…

ଚେନ୍ନାଇ,୨୩।୯: ଆଇପିଏଲ୍‌ ୨୦୨୭ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଜାହିର ଖାନ୍‌ଙ୍କୁ ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ସେ ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନ…

ମହିଳାଙ୍କ ସଲୱାର୍‌ ଖୋଲିବାକୁ ଚେଷ୍ଟା କରିବା ବଳାତ୍କାର ଉଦ୍ୟମ ନୁହେଁ? ପାଟନା ହାଇକୋର୍ଟଙ୍କ ରାୟରେ ସୁପ୍ରିମକୋର୍ଟ ଅସନ୍ତୁଷ୍ଟ; ପ୍ରଧାନ ବିଚାରପତି କହିଲେ…

ନୂଆଦିଲ୍ଲୀ,୨୩।୯: ପାଟନା ହାଇକୋର୍ଟଙ୍କ ଏକ ରାୟକୁ ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ ରାୟରେ କୁହାଯାଇଥିଲା ଯେ ଜଣେ ମହିଳାଙ୍କ ‘ସଲୱାର’ ଖୋଲିବାକୁ ଚେଷ୍ଟା କରିବା…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?