ପୃଥିବୀ ବିନାଶର କାରଣ ହୋଇପାରେ ଭୂକମ୍ପ: ପ୍ରତିବର୍ଷ ଚନ୍ଦ୍ରମା ଦୂରେଇ ଯାଉଛି ଦେଢ଼ ଇଞ୍ଚ

ଓ୍ବାଶିଂଟନ,୨୫।୯: ଗତ ୨୦ ବର୍ଷ ମଧ୍ୟରେ ପୃଥିବୀର ବିଭିନ୍ନ ସ୍ଥାନରେ ଲଗାତାର ଭୂକମ୍ପ ଘଟଣା ଘଟୁଛି। ହୁଏତ ଆଗାମୀ ଦିନରେ ପୃଥିବୀ ବିନାଶର କାରଣ ଭୂକମ୍ପ ହୋଇପାରେ ବୋଲି ଗବେଷକ ଅନୁମାନ କରୁଛନ୍ତି। ପୃଥିବୀ ନିଜ ଅକ୍ଷରେ ଘଣ୍ଟାପ୍ରତି ୧,୬୭୦ କିମି ବେଗରେ ଘୁରିଥାଏ। ତେବେ ଧୀରେ ଧୀରେ ଏହି ଗତି ଧିମା ହେବାରେ ଲାଗିଛି। ଫଳରେ ପୃଥିବୀର ମହାକର୍ଷଣ ଶକ୍ତି ସ୍ବାଭାବିକ ନ ହେବାରୁ ଚନ୍ଦ୍ରମା ଏହାଠାରୁ ପ୍ରତିବର୍ଷ ଦେଢ଼ ଇଞ୍ଚ ଦୂରେଇବାରେ ଲାଗିଛି। ଏହାଯୋଗୁ ପୃଥିବୀରେ ଲଗାତାର ଭୂକମ୍ପ ହେଉଛି। ଏହା ଲାଗି ରହିଲେ ପୃଥିବୀର ବିନାଶ ହେବ ବୋଲି ମୋଣ୍ଟାନା ବିଶ୍ୱବିଦ୍ୟାଳୟର ପ୍ରଫେସର ରେବେକ୍କା ବେଣ୍ଡିକ୍‌ ଏବଂ କୋଲୋରାଡୋ ବିଶ୍ୱବିଦ୍ୟାଳୟର ପ୍ରଫେସର ରୋଜର ବିଲହମ୍‌ ସୂଚନା ଦେଇଛନ୍ତି। ୧୯୦୦ ପରେ ପୃଥିବୀରେ ୭ ତୀବ୍ରତାଯୁକ୍ତ ଭୂକମ୍ପ ଘଟଣା ବଢ଼ି ଚାଲିଥିବା ସେମାନେ କହିଛନ୍ତି। ପ୍ରତିବର୍ଷ ଏଭଳି ୨୫ରୁ ୩୦ ଭୂକମ୍ପ ହେଉଥିବା ସେମାନଙ୍କ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟ ଦର୍ଶାଯାଇଛି। ସେହିପରି ସୌରମଣ୍ଡଳ ଉପରେ କରାଯାଇଥିବା ନାସାର ଜେଟ୍‌ ପ୍ରୋପଲଶନ୍‌ ଅଧ୍ୟୟନରୁ ଜଣାପଡ଼ିଛି ଯେ, ପୃଥିବୀ ଓ ଚନ୍ଦ୍ରମା ମଧ୍ୟରେ ଥିବା ମହାକର୍ଷଣ ଶକ୍ତିରେ ତାଳମେଳ ନ ରହିବାରୁ ପୃଥିବୀର ନିଜ କକ୍ଷରେ ଘୁରିବା ଗତି କମିବାରେ ଲାଗିଛି। ଏହା ଯୋଗୁ ବାରମ୍ବାର ଭୂକମ୍ପ ଘଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଆରଟିଆଇ (RTI) ର ବଡ଼ ତଥ୍ୟ, ୭ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମେକଅପ ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି ଟଙ୍କା

ଜେରୁଜେଲମ,୧୨।୯: ଇସ୍ରାଏଲରେ, ୨୦୧୯ ମସିହାରୁ ଅଗଷ୍ଟ ୨୦୨୬ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କେଶ ସଜ୍ଜା (hairstyling) ଏବଂ ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର (ପାଖାପାଖି ୪ କୋଟି…

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?