ପୃଥ୍ବୀ-୨ର ବ୍ୟବହାରିକ ପରୀକ୍ଷା

ବାଲେଶ୍ୱର ଅଫିସ, ୨୮ା୬- ବାଲେଶ୍ୱର ଜିଲା ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଉତ୍‌କ୍ଷେପଣ କେନ୍ଦ୍ରରୁ ଗୁରୁବାର ରାତି ୮ଟା ୩୦ ମିନିଟ୍‌ରେ ପୃଥ୍ବୀ-୨ କ୍ଷେପଣାସ୍ତ୍ରର ବ୍ୟବହାରିକ ପରୀକ୍ଷା କରାଯାଇଛି। ରାତ୍ରକାଳୀନ ଏହି ପରୀକ୍ଷା ସଫଳ ହୋଇଥିବା ବିଭଗୀୟ ସୂତ୍ରରୁ ଜଣାପଡିଛି।
ଭୂପୃଷ୍ଠରୁ ଭୂପୃଷ୍ଠକୁ ଉତ୍‌କ୍ଷେପଣ କରାଯାଇପାରୁଥିବା ଏହି କ୍ଷେପଣାସ୍ତ୍ର ୩୫୦ କି.ମି. ପର୍ଯ୍ୟନ୍ତ ଲକ୍ଷ୍ୟଭେଦ ସହ ୫୦୦ରୁ ୧୦୦୦ କିଲୋଗ୍ରାମ ପର୍ଯ୍ୟନ୍ତ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରଖିଛି। ଚତୁର୍ଥଥର ପାଇଁ ଏହାର ରାତ୍ରିକାଳୀନ ପରୀକ୍ଷା କରାଯାଇଛି।
ଡିଆରଡ଼ିଓର ରାଡ଼ାର, ଇଲେକ୍‌ଟ୍ରୋ ଅପ୍‌ଟିକାଲ ଟ୍ରାକିଂ ସିଷ୍ଟମ ଦ୍ୱାରା ଓଡ଼ିଶା ଉପକୂଳରେ ରହିଥିବା ଟେଲିମେଟ୍ରି ଷ୍ଟେଶନ ସହାୟତାରେ ଏହି କ୍ଷେପଣାସ୍ତ୍ରର ଗତିପଥ ଉପରେ ନଜର ରଖାଯାଇଥିଲା। ୨୦୦୩ ମସିହାରୁ ଭାରତୀୟ ସେନାରେ ନିୟୋଜିତ ହୋଇ ସାରିଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରର ଲମ୍ବ ୯ ମିଟର।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri