ପେଟାଗୁଡ଼ା ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଜି.ଉଦୟଗିରି,୩ା୯(ଡି.ଏନ.ଏ.)- ଜି.ଉଦୟଗିରି ପୋଲିସ ମଙ୍ଗଳବାର ଜି.ଉଦୟଗିରିଠାରୁ ୩ କିମି ଦୂର ଲାଣ୍ଡା ନିକଟସ୍ଥ ପେଟାଗୁଡ଼ା ଜଙ୍ଗଲରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତ ମହିଳା ଜଣଙ୍କ ଜି.ଉଦୟଗିରି ଥାନା ସିରିକି କାମିନାଯୁ ଗ୍ରାମର ମାନିନୀ ପ୍ରଧାନ (୨୭)। ମୃତଦେହର ପାଦ ତଳେ ଲାଗିଥିବା ଓ ଅନ୍ୟ ପାରିପାର୍ଶ୍ୱିକ ପରିସ୍ଥିତିକୁ ଦେଖି ଏହା ଏକ ହତ୍ୟାକାଣ୍ଡ ବୋଲି ସାଧାରଣରେ ସନ୍ଦେହ ହେଉଛି। ତେବେ ଜି.ଉଦୟଗିରି ପୋଲିସ ନଂ.୧୨/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଚଳାଇଛି। ତଦନ୍ତ ପରେ ଘଟଣାର ପ୍ରକୃତ କାରଣ ଜଣାପଡ଼ିବ ବୋଲି ତଦନ୍ତ କରୁଥିବା ପୋଲିସ ଏସ୍‌ଆଇ କୌଶଲ୍ୟା ବେହେରା କହିଛନ୍ତି।

ସୂଚନା ମୁତାବକ ମୃତ ମାନିନୀ ୧୦ ବର୍ଷ ପୂର୍ବେ ରାଇକିଆ ଅଞ୍ଚଳରେ ବିବାହ କରିଥିଲେ। କୌଣସି କାରଣରୁ ପ୍ରାୟ ୩ ବର୍ଷ ହେବ ଶାଶୁଘରୁ ଚାଲିଆସି ବାପା, ମା’ଙ୍କ ପାଖରେ ସିରିକି ଗ୍ରାମରେ ରହୁଥିଲେ। ତାଙ୍କର ୮ ବର୍ଷର ପୁଅ ଓ ୬ ବର୍ଷର ଝିଅ ଅଛନ୍ତି। ସୋମବାର ଅପରାହ୍ନ ୨ଟାବେଳେ ଘରୁ ବାହାରି ଆଉ ଫେରି ନ ଥିଲେ। ମା’ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କ ପତ୍ତା ପାଇ ନ ଥିଲେ। ମଙ୍ଗଳବାର ଝିଅର ମୃତଦେହ ଲାଣ୍ଡା ନିକଟସ୍ଥ ପେଟାଗୁଡ଼ା ଜଙ୍ଗଲରେ ଗଛରେ ଝୁଲୁଥିବା ଗ୍ରାମବାସୀଙ୍କଠାରୁ ଖବର ପାଇଥିଲେ। ମା’ ରମନ୍ତୀ ପ୍ରଧାନଙ୍କ ଏତଲା ପ୍ରକାରେ ଜି.ଉଦୟଗିରି ପୋଲିସ ମାମଲା ରୁଜୁକରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri