ପେଟାଗୁଡ଼ା ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଜି.ଉଦୟଗିରି,୩ା୯(ଡି.ଏନ.ଏ.)- ଜି.ଉଦୟଗିରି ପୋଲିସ ମଙ୍ଗଳବାର ଜି.ଉଦୟଗିରିଠାରୁ ୩ କିମି ଦୂର ଲାଣ୍ଡା ନିକଟସ୍ଥ ପେଟାଗୁଡ଼ା ଜଙ୍ଗଲରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତ ମହିଳା ଜଣଙ୍କ ଜି.ଉଦୟଗିରି ଥାନା ସିରିକି କାମିନାଯୁ ଗ୍ରାମର ମାନିନୀ ପ୍ରଧାନ (୨୭)। ମୃତଦେହର ପାଦ ତଳେ ଲାଗିଥିବା ଓ ଅନ୍ୟ ପାରିପାର୍ଶ୍ୱିକ ପରିସ୍ଥିତିକୁ ଦେଖି ଏହା ଏକ ହତ୍ୟାକାଣ୍ଡ ବୋଲି ସାଧାରଣରେ ସନ୍ଦେହ ହେଉଛି। ତେବେ ଜି.ଉଦୟଗିରି ପୋଲିସ ନଂ.୧୨/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଚଳାଇଛି। ତଦନ୍ତ ପରେ ଘଟଣାର ପ୍ରକୃତ କାରଣ ଜଣାପଡ଼ିବ ବୋଲି ତଦନ୍ତ କରୁଥିବା ପୋଲିସ ଏସ୍‌ଆଇ କୌଶଲ୍ୟା ବେହେରା କହିଛନ୍ତି।

ସୂଚନା ମୁତାବକ ମୃତ ମାନିନୀ ୧୦ ବର୍ଷ ପୂର୍ବେ ରାଇକିଆ ଅଞ୍ଚଳରେ ବିବାହ କରିଥିଲେ। କୌଣସି କାରଣରୁ ପ୍ରାୟ ୩ ବର୍ଷ ହେବ ଶାଶୁଘରୁ ଚାଲିଆସି ବାପା, ମା’ଙ୍କ ପାଖରେ ସିରିକି ଗ୍ରାମରେ ରହୁଥିଲେ। ତାଙ୍କର ୮ ବର୍ଷର ପୁଅ ଓ ୬ ବର୍ଷର ଝିଅ ଅଛନ୍ତି। ସୋମବାର ଅପରାହ୍ନ ୨ଟାବେଳେ ଘରୁ ବାହାରି ଆଉ ଫେରି ନ ଥିଲେ। ମା’ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କ ପତ୍ତା ପାଇ ନ ଥିଲେ। ମଙ୍ଗଳବାର ଝିଅର ମୃତଦେହ ଲାଣ୍ଡା ନିକଟସ୍ଥ ପେଟାଗୁଡ଼ା ଜଙ୍ଗଲରେ ଗଛରେ ଝୁଲୁଥିବା ଗ୍ରାମବାସୀଙ୍କଠାରୁ ଖବର ପାଇଥିଲେ। ମା’ ରମନ୍ତୀ ପ୍ରଧାନଙ୍କ ଏତଲା ପ୍ରକାରେ ଜି.ଉଦୟଗିରି ପୋଲିସ ମାମଲା ରୁଜୁକରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri