ପେଟ୍ରୋଲ ଟାଙ୍କି କରାଇଦେବା ନାଁରେ ୪୦ ଲକ୍ଷ ଟଙ୍କା ଠକେଇ:ବିହାରରୁ ୩ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନ, ୩ା୧୨(ଡି.ଏନ.ଏ)

ପେଟ୍ରୋଲ ଟାଙ୍କି କରାଇଦେବା ନାଁରେ ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ୩ନଂ ୱାର୍ଡର ଓମ ପ୍ରକାଶ ମିଶ୍ରଙ୍କଠାରୁ ୪୦ ଲକ୍ଷ ୪୫ ହଜାର ଟଙ୍କା ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚ ୩ ଜଣ ଯୁବକଙ୍କୁ ବିହାରରୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ବିହାର ରାଜ୍ୟ ନାଳନ୍ଦା ଜିଲା କଟରିସରାଇ ଥାନା ଅଞ୍ଚଳ ଗଙ୍ଗପୁର ଗ୍ରାମର ଆକାଶ କୁମାର(୨୧), ବୁଦ୍ଧଗୟା ସିଜୁଆ ଥାନା ଅଞ୍ଚଳର ଶୁଭମ ପ୍ରିୟଦର୍ଶୀ(୧୯) ଓ ୱାରିସିଲିଗଞ୍ଜ ଥାନା ଚାଲୁୱାଇ ଗ୍ରାମର କୌଶଳେନ୍ଦ୍ର କୁମାର(୨୩)। ସେମାନଙ୍କ ନିକଟରୁ ୧୬ଟି ମୋବାଇଲ, ୮ ଲକ୍ଷ ୬୫ହଜାର ଟଙ୍କା, ୪୭ଟି ଏଟିଏମ୍‌, ଗୋଟିଏ ଲାପଟପ୍‌ ଜବତ କରାଯାଇଛି।
ମିଳିଥିବା ସୂଚନା ମୁତାବକ, ବର୍ଷକ ତଳେ ଗିରଫ ଅଭିଯୁକ୍ତମାନେ ପେଟ୍ରୋଲ ଟାଙ୍କି କରାଇଦେବା ନାମରେ ଓମ୍‌ ପ୍ରକାଶଙ୍କଠାରୁ ୪୦ ଲକ୍ଷ ୪୫ହଜାର ଟଙ୍କା ଠକି ନେଇଥିଲେ। ଓମ୍‌ ପ୍ରକାଶ ଟଙ୍କା ଫେରସ୍ତ ପାଇବାକୁ ଉଦ୍ୟମ କରି ନିରାଶ ହେବାପରେ କଟକ ସାଇବର କ୍ରାଇମବ୍ରାଞ୍ଚରେ ଅଭିଯୋଗ କରିଥିଲେ। ଅଭିଯୋଗ କ୍ରମେ କ୍ରାଇମବ୍ରାଞ୍ଚ କେସ୍‌ ନଂ. ୧/୧୯ ଏବଂ ଭୁବନ କୋର୍ଟ ଜିଆର କେସ୍‌ ନଂ. ୪/୨୦୧୯ରେ ମାମଲା ରୁଜୁ ହୋଇଥିଲା। କଟକ କ୍ରାଇମବ୍ରାଞ୍ଚ ଇନ୍ସପେକ୍ଟର ବିଷ୍ଣୁଚରଣ ସୁନ୍ଦରାୟ ମାମଲାର ତଦନ୍ତ କରି ଆକାଶ, ଶୁଭମ ଏବଂ କୌଶଳେନ୍ଦ୍ରଙ୍କୁ ୨୯ା୧୧ା୨୦୧୯ରେ ଗିରଫ ପରେ ପାଟନା ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରାଇଥିଲେ। ଏ ସମ୍ପର୍କରେ ଭୁବନ କୋର୍ଟରେ ମାମଲା ଥିବାରୁ ସୋମବାର ସେମାନଙ୍କୁ ଭୁବନ କୋର୍ଟରେ ହାଜର କରାଯାଇଥିଲା। ଜେଏମ୍‌ଏଫ୍‌ସି ଶ୍ରୀଚନ୍ଦନ ଦାସ ଜାମିନକୁ ନାମଞ୍ଜୁର କରିଥିଲେ। କ୍ରାଇମବ୍ରାଞ୍ଚ ପକ୍ଷରୁ ପୁନର୍ବାର ଅଭିଯୁକ୍ତଙ୍କୁ ରିମାଣ୍ଡରେ ନିଆଯାଇଥିଲା। ଗିରଫ ସମୟରେ ଏସ୍‌ଆଇ ବିି ପି ରାଉତଙ୍କ ସମେତ କ୍ରାଇମବ୍ରାଞ୍ଚ କର୍ମଚାରୀମାନେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri