ପେଟ୍ରୋଲ ଢାଳି ଯୁବକଙ୍କୁ ଜାଳିଦେବାକୁ ଉଦ୍ୟମ

 

ଭଞ୍ଜନଗର,୨୫।୧(ଡି.ଏନ୍‌.ଏ.)

ଗଞ୍ଜାମ ଜିଲା ବେଲଗୁଣ୍ଠା ଫାଣ୍ଡି ଧୁମୁଛାଇ ଛକରେ ଶୁକ୍ରବାର ଅପରାହ୍ନ ପ୍ରାୟ ୨ଟାରେ ଜଣେ ଯୁବକଙ୍କୁ ୨ଜଣ ପେଟ୍ରୋଲ ପକାଇ ନିଅଁା ଲଗାଇ ଦେଇଥିଲେ। ଯୁବକ ଜଣକ ଗୁରୁତର ଆହତ ହୋଇଛନ୍ତି। ସେହେଲେ ଧୁମୁଛାଇର ସନ୍ତୋଷ ନାୟକ (୩୨)। ସନ୍ତୋଷଙ୍କୁ ପ୍ରଥମେ ଭଞ୍ଜନଗର ମେଡ଼ିକାଲ ଓ ପରେ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।
ଯେ, ସନ୍ତୋଷ ଶୁକ୍ରବାର ଅପରାହ୍ନରେ ଗ୍ରାମ ଛକକୁ ବୁଲି ଯାଇଥିଲେ। ଏହି ସମୟରେ ସେଠାରେ ଜଣେ ଅଭିଯୁକ୍ତ ସନ୍ତୋଷଙ୍କୁ କାବୁ କରି ନେବାପରେ ଅନ୍ୟଜଣେ ତାଙ୍କ ଦେହରେ ପେଟ୍ରୋଲ ଢ଼ାଳିଥିଲେ। ଏହାପରେ ଅଭିଯୁକ୍ତମାନେ ନିଅଁା ଲଗାଇ ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ସ୍ଥାନୀୟଲୋକେ ସନ୍ତୋଷଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦମକଳ ବାହିନୀ ସହାୟତାରେ ଭଞ୍ଜନଗର ହସ୍‌ପିଟାଲକୁ ନେଇଥିଲେ। ପୋଲିସ ଭଞ୍ଜନଗର ମେଡ଼ିକାଲରେ ପହଞ୍ଚତ୍ ଯୁବକଙ୍କ ବୟାନ ରେକର୍ଡ଼ କରିଛି। ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ପୂର୍ବ ଶତ୍ରୁତାରୁ ଏହିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ପୋଲିସ ଏନେଇ ବିଶେଷ କିଛି କହୁ ନ ଥିଲେ ମଧ୍ୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଆକ୍ରମଣକାରୀ ଦୁଇ ଯୁବକ ଧୁମୁଛାଇ ଓ ନୂଆଗଁାର ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri